27.1 C
Bhubaneswar
Wednesday, December 10, 2025
Homeଓଡିଶାପ୍ରବଳ ବର୍ଷା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ । ବଙ୍ଗୋପାସଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି । ବିଶେଷକରି ପଶ୍ଚିମ ଓ କେନ୍ଦ୍ରୀୟ ଓଡ଼ିଶା ଏବଂ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସ୍ଥାନେସ୍ଥାନେ ପ୍ରବଳ ବର୍ଷା ହୋଇଛି । ଉତ୍ତର ବଙ୍ଗୋପସାଗର ଓ ବାଂଲାଦେଶ-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ଲଘୁଚାପ ଦକ୍ଷିଣ ବାଂଲାଦେଶ ଅଞ୍ଚଳରେ ସ୍ଥିର ରହିଛି । ଯାହା ଫଳରେ ସମୁଦ୍ର ପତ୍ତନ ଠାରୁ ୭ କିମି ଉପରେ ବାତ୍ୟାକ୍ଷେତ୍ର ସୃଷ୍ଟି ହେବା ସହ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି । ଏହା କ୍ରମଶଃ ଉତ୍ତର ଓ ଉତ୍ତର-ପଶ୍ଚିମ ଆଡ଼କୁ ଗତି କରିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୯ ତାରିଖ ସୁଦ୍ଧା ବାଂଲାଦେଶ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ବଡ଼ ଲଘୁଚାପ ବଳୟ ସୃଷ୍ଟି ହେବ । ଫଳରେ ରାଜ୍ୟରେ ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଏଥିପାଇଁ ୬ ଜିଲ୍ଲାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ୨୧ରୁ ବର୍ଷାର ପରିମାଣ ହ୍ରାସ ପାଇବ ବୋଲି ସୂଚନା ମିଳିଛି । ଅନ୍ୟପକ୍ଷରେ ଆଜି ସକାଳ ୮ଟା ୩୦ରୁ ସନ୍ଧ୍ୟା ୫ଟା ୩୦ ମଧ୍ୟରେ ତାଳଚେରରେ ସର୍ବାଧିକ ୫୫ ମିମି ବର୍ଷା ହୋଇଥିବା ବେଳେ ରାଉରକେଲାରେ ୩୭.୪, ସୁନ୍ଦରଗଡ଼ରେ ୨୭.୭, ବଲାଙ୍ଗୀରରେ ୨୫.୫, ଅନୁଗୁଳରେ ୨୨, ଭଦ୍ରକରେ ୧୪, ସୋନପୁରରେ ୧୩.୮, ଗୋପାଳପୁରରେ ୧୩.୬, କଟକରେ ୧୨.୨ ଓ ମାଲାକନଗିରିରେ ୧୧.୪ ମିମି ବର୍ଷା ରେକର୍ଡ କରାଯାଇଛି । ୧୦ରୁ ଊର୍ଦ୍ଧ୍ୱ ସହରରେ ବର୍ଷା ପରିମାଣ ୧୦ ମିମି ଠାରୁ କମ୍ ରେକର୍ଡ କରାଯାଇଛି । ଆସନ୍ତକାଲି ଅର୍ଥାତ ୧୯ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି୨୦ ତାରିଖ ପାଇଁ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାକୁ ସତର୍କ ସୂଚନା ଜାରି ହୋଇଛି । ଅନ୍ୟପଟେ ଚଳିତ ମୌସୁମୀରେ ୭୬୦.୦ ମିମି ସ୍ୱାଭାବିକ ବର୍ଷା ହେବା କଥା । କିନ୍ତୁ ୬୮୦.୫ ମିମି ବର୍ଷା ହୋଇଛି । ଏହା ୧୦ ପ୍ରତିଶତ ନିଅଣ୍ଟିଆ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking