15.1 C
Bhubaneswar
Tuesday, December 16, 2025
Homeଦେଶ ବିଦେଶଭାରତ ବନ୍ଦ ଡାକରାକୁ ସମର୍ଥନ କଲା କଂଗ୍ରେସ

ଭାରତ ବନ୍ଦ ଡାକରାକୁ ସମର୍ଥନ କଲା କଂଗ୍ରେସ

ନୂଆଦିଲ୍ଲୀ : ଏସସି-ଏସଟି ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟକୁ ବିରୋଧ। ସଂରକ୍ଷଣ ବଚାଓ କମିଟି ପକ୍ଷରୁ ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ଦେଶର ବିଭିନ୍ନ ଅନୁସୂଚିତ ଜାତି ଓ ଜନଜାତି ସଂଗଠନ ଗୁଡ଼ିକ ଏହି ବନ୍ଦ ଡାକରାରେ ସାମିଲ ହୋଇଛନ୍ତି । ୧୨ ଘଣ୍ଟିଆ ଏହି ବନ୍ଦ ଡାକରାକୁ କଂଗ୍ରେସ ସମେତ ଅନ୍ୟ ବିରୋଧୀ ଦଳଗୁଡ଼ିକ ମଧ୍ୟ ସମର୍ଥନ ଜଣାଇଛନ୍ତି। ବନ୍ଦ ପାଳନ ଯୋଗୁଁ ପରିବହନ ସେବା ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି। ତେବେ ଏହି ବନ୍ଦରୁ ଜରୁରୀକାଳୀନ ସେବାକୁ ବାଦ ଦିଆଯାଇଛି। ନିକଟରେ ସୁପ୍ରିମକୋର୍ଟ ସରକାରୀ ଚାକିରିରେ ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ରହିଥିବା ସଂରକ୍ଷଣ କୋଟାର ଉପବର୍ଗୀକରଣ କରାଯାଇପାରିବ ବୋଲି ରାୟ ଶୁଣାଇଥିଲେ। ନିଯୁକ୍ତି କ୍ଷେତ୍ରରେ ରାଜ୍ୟ ସରକାର ଅନୁସୂଚିତ ଜାତି ଓ ଜନଜାତିରେ ଥିବା ସ୍ଵଚ୍ଛଳ ବର୍ଗଙ୍କୁ ବାଦ୍ ଦେଇ ଅବହେଳିତ ମାନଙ୍କୁ ଅଧିକ ସଂରକ୍ଷଣ ସୁବିଧା ପ୍ରଦାନ କରିପାରିବେ ବୋଲି ରାୟ ଶୁଣାଇଥିଲେ। ଯାହାକୁ ବିରୋଧ କରି ଆଜି ଭାରତ ବନ୍ଦ ଡାକରା ଦେଇଛନ୍ତି ବିଭିନ୍ନ ଅନୁସୂଚିତ ଜାତି ଓ ଜନଜାତି ସଂଗଠନ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking