25.1 C
Bhubaneswar
Sunday, May 3, 2026
Homeଓଡିଶାଆହୁରି ୫ ଦିନ ପ୍ରବଳ ବର୍ଷା

ଆହୁରି ୫ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର : ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ। ୨ ଦିନ ଯାଏଁ ବର୍ତ୍ତମାନ ଭଳି ସ୍ଥିତି ଜାରି ରହିବାକୁ ଥିବା ବେଳେ ୨୪ରୁ ବର୍ଷାର ପ୍ରଭାବ ଆହୁରି ବୃଦ୍ଧି ହେବାର ସମ୍ଭାବନା ରହିଛି। ଏମିତି କି ୨୪ ଓ ୨୫ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।କେନ୍ଦ୍ରର ସୂଚନା ଅନୁଯାୟୀ ବର୍ତ୍ତମାନ ଦକ୍ଷିଣ ବାଙ୍ଗଲାଦେଶ ଓ ତତସଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ସକ୍ରିୟ ରହିଛି। ଏହା ଉତ୍ତର ଦିଗକୁ ଗତି କରୁଥିବାବେଳେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ ନିକଟତର ହେବ। ଏହାସହ ରାଜ୍ୟ ଉପରେ ବର୍ତ୍ତମାନ ମୌସୁମୀ ସକ୍ରିୟ ରହିଥିବା ବେଳେ ଝାଡ଼ଖଣ୍ଡ ଓ ତାର ଆଖପାଖରେ ମଧ୍ୟ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଯାହା ଆଗକୁ ଘନୀଭୂତ ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଏଥିପାଇଁ ଆସନ୍ତା ୨ ଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ସେହିପରି ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଗାତାର ଭାବେ ୩ଟି ପାଣିପାଗ ନିୟାମକ ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ପର୍ୟ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି କ୍ରମରେ ଗୁରୁବାର ସାରା ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ଆଶଙ୍କା ରହିଥିବା ବେଳେ ମୟୂରଭଞ୍ଜ, କେନ୍ଦୁଝର ଓ ମାଲକାନଗିରି ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି। ୨୩ରେ ମଧ୍ୟ ସମାନ ସ୍ଥିତି ସହ ୨୪ରୁ ବର୍ଷାର ପ୍ରକୋପ ବଡ଼ିବାକୁ ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking