ସମ୍ବଲପୁର : ଉପରମୁଣ୍ଡରେ ବର୍ଷା କାରଣରୁ ହୀରାକୁଦ ଜଳ ଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ହୀରାକୁଦ ଡ୍ୟାମ୍ର ୬ଟି ଗେଟ୍ ଖୋଲାଯାଇଛି। ବର୍ତ୍ତମାନ ମୋଟ୍ ୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ବାମ ପାର୍ଶ୍ବର ୪ଟି ଓ ଡାହାଣ ପାର୍ଶ୍ବର ୨ଟି ଗେଟ୍ ଖୋଲାଯାଇଥିବା ଜଣାପଡ଼ିଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୮୨, ୧୭୭ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୩୭, କ୍ୟୁସେକ ଜଳ ନିଷ୍କାସିତ ହେଉଥିଲା । ରାଜ୍ୟରେ ଲଗାଣ ବର୍ଷା ପାଇଁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇଥିଲା । ଜଳସ୍ତର ବୃଦ୍ଧିକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ଗେଟ୍ ଖୋଲା ଯାଇଛି ।










