29.4 C
Bhubaneswar
Monday, June 29, 2026
Homeଓଡିଶା୨୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜିବୀଙ୍କୁ ସମୁଦ୍ର ମନା

୨୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜିବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର : ରାଜ୍ୟରେ ଲଘୁଚାପ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଏହାସହ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନିଭୂତ ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ତେବେ ଆଜି ଓ କାଲି ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ,ଝାରସୁଗୁଡା,ବରଗଡ,ସମ୍ବଲପୁର, ଦେବଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ସେହିପରି ଆସନ୍ତା ୨୪ ଓ ୨୫ ତାରିଖ ବେଳକୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ୨୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜିବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking