28.1 C
Bhubaneswar
Thursday, March 5, 2026
Homeଦେଶ ବିଦେଶଆଜି ଜେଲେନସ୍କିଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ

ଆଜି ଜେଲେନସ୍କିଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ

ୱାର୍‌ସ : ୟୁକ୍ରେନ୍ ଅଭିମୁଖେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଯୁଦ୍ଧ ପରେ ପ୍ରଥମ ଗସ୍ତରେ ଯାଇ ରାଷ୍ଟ୍ରପତି ଜେଲେନସ୍କିଙ୍କ ସହ  ଯୁଦ୍ଧ ଓ ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା କରିବେ। ୟୁକ୍ରେନ ଗସ୍ତ ପୂର୍ବରୁ ମୋଦୀ କହିଛନ୍ତି ଯେ ବର୍ତ୍ତମାନର ସମୟ ଯୁଦ୍ଧର ସମୟ ନୁହେଁ। ତେବେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ୱାରସ୍‌ରେ ପୋଲାଣ୍ଡର ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କଙ୍କ ସହିତ ଦ୍ବିପାକ୍ଷିକ କଥାବାର୍ତ୍ତା କରିଛନ୍ତି। ‌ମୋଦୀ ଫେଡେରାଲ ଚାନ୍ସଲରୀରେ ପହଞ୍ଚିବା ପରେ ଡୋନାଲ୍ଡ ଟସ୍କ ତାଙ୍କୁ ସ୍ୱାଗତ କରିଥିଲେ। ଦୁଇ ନେତା ସୀମିତ ଏବଂ ପ୍ରତିନିଧିସ୍ତରୀୟ ଆଲୋଚନା କରିଥିଲେ।ପ୍ରଧାନମନ୍ତ୍ରୀ ମୋଦୀ ବୁଧବାର ଠାରୁ ଦୁଇଦିନିଆ ପୋଲାଣ୍ଡ ଗସ୍ତ କରିଛନ୍ତି। ଗସ୍ତର ପ୍ରଥମ ଦିନରେ ମୋଦୀ ପୋଲାଣ୍ଡର ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ବୋଧନ କରିଥିଲେ। ଦୀର୍ଘ ୪୫ବର୍ଷ ପରେ ଭାରତର ପ୍ରଧାନମନ୍ତ୍ରୀ ଭାବେ ମୋଦୀ ପୋଲାଣ୍ଡ ଗସ୍ତ କରିଛନ୍ତି। ପୋଲାଣ୍ଡ ଗସ୍ତ ଶେଷ କରି ମୋଦୀ ଗୁରୁବାର ରାତିରେ ୟୁକ୍ରେନ ଅଭିମୁଖେ ଗସ୍ତ କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking