28.1 C
Bhubaneswar
Thursday, May 7, 2026
Homeଓଡିଶାଆଗାମୀ ୩ ଘଣ୍ଟା ଯାଏଁ ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଆଗାମୀ ୩ ଘଣ୍ଟା ଯାଏଁ ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଭୁବନେଶ୍ୱର ସମେତ ଓଡିଶାର ୧୦ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ରବିବାର ଦିନ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- କେନ୍ଦୁଝର, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ନୟାଗଡ଼, ପୁରୀ, କଟକ ଓ ଖୋର୍ଦ୍ଧା (ଭୁବନେଶ୍ୱର)। ଆଜି ୪ଟା ଯାଏଁ ଏସବୁ ଜିଲ୍ଲାରେ ସାମାନ୍ଯରୁ ମଧ୍ଯମଧରଣର ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ଏବଂ ବାହାରେ ଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି। ସୂଚନାଯୋଗ୍ୟ, ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ଭିତରେ ଏହା ଲଘୁଚାପ ରୂପ ନେବ। ରବିବାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ମାଲକାନଗିରି, କୋରାପୁଟ, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହୋଇପାରେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking