30.1 C
Bhubaneswar
Wednesday, February 11, 2026
Homeଓଡିଶାଆସନ୍ତା ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ

ଆସନ୍ତା ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି l ଆସନ୍ତା ୩ଘଣ୍ଟା ଭିତରେ ରାଜଧାନୀ ଭୁବନେଶ୍ୱର ସହିତ ଅନ୍ୟାନ୍ୟ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ନେଇ ସମ୍ଭାବନା ରହିଛି l ଏନେଇ ସେହି ଜିଲ୍ଲା ମାନଙ୍କୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ l ଟ୍ୱିନି ସିଟି ସମେତ ଖୋର୍ଦ୍ଧା, କଟକ, ନୟାଗଡ ଓ ପୁରୀ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ l ଏହି ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସାଙ୍ଗକୁ ଘଡଘଡି ହେବା ନେଇ ସୂଚନା ଜାରି କରିଛି ପାଣିପାଗ ବିଭାଗ l ଅନ୍ୟପଟେ ଲଘୁଚାପ ପ୍ରଭାବରେ ଆଜି ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ପ୍ରଭାବରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି l ଲଘୁଚାପ ପ୍ରଭାବରେ ସମୁଦ୍ର ଆସନ୍ତା ଥିବାରୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଯିବାକୁ ମନା କରାଯାଇଛି l ଯଦି କୌଣସି ମତ୍ସ୍ୟଜୀବୀ ସମୁଦ୍ର ମଧ୍ୟକୁ ଯାଇଛନ୍ତି ତେବେ ୨୯ ସୁଦ୍ଧା ସମୁଦ୍ର ଭିତରୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି l ବର୍ତ୍ତମାନ ଉତ୍ତର ପଶ୍ଚିମ ଝାଡ଼ଖଣ୍ଡରେ ରହିଛି ଲଘୁଚାପ  l

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking