30.1 C
Bhubaneswar
Thursday, February 12, 2026
Homeଓଡିଶାକୋଟଗଡ଼ ଥାନା ଏଏସ୍‌ଆଇ ଗିରଫ

କୋଟଗଡ଼ ଥାନା ଏଏସ୍‌ଆଇ ଗିରଫ

କନ୍ଧମାଳ: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ଏଏସ୍‌ଆଇ ରଜନୀକାନ୍ତ ଦାସ । ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଗିରଫ କରାଯାଇଛି ଏକ ମାମଲାର ରଫାଦଫା କରିବା ପାଇଁ ସେ ଜଣେ ବ୍ୟକ୍ତିଙ୍କୁ ୧୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏନେଇ ଉକ୍ତ ବ୍ୟକ୍ତି ଭିଜିଲାନ୍ସକୁ ଜଣାଇଥିଲେ । ଯୋଜନା ପ୍ରକାରେ ଆଜି ଏଏସ୍‌ଆଇ ରଜନୀକାନ୍ତ ଦାସ ଲାଞ୍ଚ ଅର୍ଥ ଗ୍ରହଣ କରୁଥିବା ବେଳେ କୋଟଗଡ଼ କାଳୀ ମନ୍ଦିର ପାଖରେ ତାଙ୍କୁ ଧରିଥିଲା ଭିଜିଲାନ୍ସ ଟିମ୍ । ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି । ରଜନୀକାନ୍ତ ଦାସ ଲାଞ୍ଚ ନେଇ ଧରାପଡ଼ିବା ପରେ ତାଙ୍କର ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ସେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ସନ୍ଦେହରେ ଏହି ଚଢ଼ାଉ କରାଯାଇଛି । ଅନ୍ୟପଟେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍ ତାଙ୍କ ନାମରେ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking