19.1 C
Bhubaneswar
Sunday, February 15, 2026
Homeଓଡିଶାପ୍ରବଳ ବର୍ଷା : ୨୯ରୁ ୩୧ ଯାଏଁ ୟେଲୋ ୱାର୍ଣ୍ଣିଂ ଜାରି

ପ୍ରବଳ ବର୍ଷା : ୨୯ରୁ ୩୧ ଯାଏଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ଆଜିଠୁ ପରିମାଣ ଆହୁରି ବଢିବା ସହ ଦକ୍ଷିଣ ଓଡ଼ିଶାରେ ବଡ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ୨୯ରୁ ୩୧ ଯାଏଁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଆଜି ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । କୋରାପୁଟ, ରାୟଗଡା, ମାଲକାନଗିରି ଏବଂ ନବରଙ୍ଗପୁରକୁ ସତର୍କତା କରାଯାଇଥିବାବେଳେ ଏହି ସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ପର୍ୟ୍ୟନ୍ତ ବର୍ଷିବ। ବର୍ତ୍ତମାନ ଉତ୍ତର ପଶ୍ଚିମ ଝାଡ଼ଖଣ୍ଡ ଉପରେ ରହିଛି ଲଘୁଚାପ। ଏହା କ୍ରମଶଃ ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ପ୍ରଭାବରେ ରାଜ୍ୟରେ ବର୍ଷା ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଆସନ୍ତାକାଲି ପରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ । ଯାହା ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଦକ୍ଷିଣ ଓଡ଼ିଶାରେ ଏହି ଲଘୁଚାପ ପ୍ରଭାବ ସର୍ବାଧିକ ରହିବ । ଆସନ୍ତା ୩୧ ଯାଏଁ ରାଜ୍ୟରେ ଭଲ ବର୍ଷା ହେବ । ୩୦ ଓ ୩୧ ତାରିଖରେ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି । ପ୍ରବଳ ବର୍ଷା ଫଳରେ ଫଳରେ ନଦୀ ଫୁଲିବା ସହ ବନ୍ୟା ଆଶଙ୍କା ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking