25.1 C
Bhubaneswar
Tuesday, March 24, 2026
Homeଓଡିଶାଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ନବୀନ ଜିନ୍ଦଲଙ୍କ ମୁଖ୍ୟମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ

ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ନବୀନ ଜିନ୍ଦଲଙ୍କ ମୁଖ୍ୟମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ

ଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ

ଭୁବନେଶ୍ଵର :  ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ଆଲୋଚନା ସମୟରେ ଓଡିଶାରେ କମ୍ପାନୀ ପକ୍ଷରୁ ଚାଲୁ ରହିଥିବା ପ୍ରକଳ୍ପ ଓ ଆଗାମୀ ଦିନରେ ହେବାକୁ ଥିବା ପ୍ରକଳ୍ପ ବିଷୟରେ ଆଲୋଚନା ହୋଇଥିଲା।

ଓଡିଶାରେ ଶିଳ୍ପର ବିକାଶ ପାଇଁ ଜିନ୍ଦଲଙ୍କ ପ୍ରଚେଷ୍ଟାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହିତ ଆଗାମୀ ସଂପ୍ରସାରଣ ପାଇଁ ଆବଶ୍ୟକୀୟ ସହଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ଏବେ କ୍ରୀଡା କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ। ଆମ ଗ୍ରାମାଞ୍ଚଳରେ ବହୁ ପ୍ରତିଭାବାନ କ୍ରୀଡା ପ୍ରତିଭା ଅଛନ୍ତି। ସେମାନଙ୍କ ପ୍ରତିଭାର ଉନ୍ମେଷ ନିମନ୍ତେ କମ୍ପାନୀ ପକ୍ଷରୁ ଅନୁଗୋଳ ଜିଲ୍ଲାରେ ଗୋଟିଏ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ଜିନ୍ଦଲଙ୍କୁ ପ୍ରସ୍ତାବ ଦେଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking