32.1 C
Bhubaneswar
Thursday, March 26, 2026
Homeଓଡିଶାଆସନ୍ତାକାଲି କୋରାପୁଟରେ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି

ଆସନ୍ତାକାଲି କୋରାପୁଟରେ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି

କୋରାପୁଟ : ଆସନ୍ତାକାଲି କୋରାପୁଟ ଜିଲ୍ଲାରେ ସବୁ ସ୍କୁଲ୍‌ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ବର୍ଷା ପାଇଁ କୋରାପୁଟ ଜିଲ୍ଲା ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଥିବାରୁ ସ୍କୁଲ୍ ଓ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଏହା ସହିତ ବର୍ଷା ବେଳେ ଘରୁ ନବାହାରିବାକୁ ଲୋକଙ୍କୁ ପରାମର୍ଶ ଦେଇଛନ୍ତି ଜିଲ୍ଲାପାଳ।ନିଜ ନିଜ ପକ୍କା ଘର କିମ୍ବା ଆଶ୍ରୟସ୍ଥଳରେ ରହିବାକୁ ସେ ଲୋକଙ୍କୁ କହିଛନ୍ତି। ବଙ୍ଗୋପ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତାକାଲି ଏହା ସୁଦୃଶ୍ୟ ଲଘୁଚାପର ରୂପ ନେବାକୁ ଥିବା ବେଳେ ପରବର୍ତ୍ତୀ ଦୁଇ ଦିନରେ ଏହା ଅବପାତର ରୂପ ନେବ। ଏହା ପ୍ରଭାବରେ ରାଜ୍ୟରେ ଆଜିଠାରୁ ୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ପ୍ରବଳ ଓ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ଏବଂ କିଛି ସ୍ଥାନରେ ଭୀଷଣ ବର୍ଷା ହୋଇପାରେ।

ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୩୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ଗଜପତି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ସହିତ ଭୀଷଣ ବର୍ଷା ହୋଇପାରେ। ଏହି ସମୟରେ ବିଜୁଳି, ଘଡ଼ଘଡ଼ି ହେବାର ମଧ୍ୟ ସମ୍ଭାବନା ରହିଛି। ସେଥିପାଇଁ ଏହି ତିନି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି। ଏହି ସମୟ ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ହେବା ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ତେଣୁ ଏହି ଜିଲ୍ଲାଗୁଡ଼ିକୁ ମଧ୍ୟ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ ଓ ଜଗତସିଂହପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking