22.1 C
Bhubaneswar
Friday, February 13, 2026
Homeଓଡିଶାବନ୍ଧା ହେଲେ ବିଜେଡିରୁ ବହିଷ୍କୃତ ଜିଲ୍ଲା ପରିଷଦ ସଭ୍ୟ

ବନ୍ଧା ହେଲେ ବିଜେଡିରୁ ବହିଷ୍କୃତ ଜିଲ୍ଲା ପରିଷଦ ସଭ୍ୟ

ମାଲକାନଗିରି : ପାଣ୍ଡିଆନଙ୍କ ନାଁ ନେଇ ଚାକିରି କରାଇ ଦେବା ନାଁରେ ଏକାଧିକ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ ମାମଲାରେ ଫସିଥିବା ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ୍ ୩ ନମ୍ବର ଜୋନର ଜିଲ୍ଲା ପରିଷଦ ସଭ୍ୟ ସସ୍ମିତା ମାଝୀଙ୍କୁ ଆଜି ଗିରଫ କରିଛି ମାଥିଲି ଥାନା ପୁଲିସ। ଜଗତସିଂହପୁରରୁ ପୁଲିସ ସସ୍ମିତାଙ୍କୁ ଗିରଫ କରିଥିବା ଜଣାଯାଇଛି। ୩ଦିନ ତଳେ ବିଜେଡିରୁ ବହିଷ୍କାର ହୋଇଥିଲେ ସସ୍ମିତା। ଜନବିରୋଧୀ କାର୍ୟ୍ୟ ଯୋଗୁ ସସ୍ମିତାଙ୍କୁ ଦଳରୁ ବହିଷ୍କାର କରାଯାଇଥିବା ପ୍ରେସ୍ ରିଲିଜରେ ଉଲ୍ଲେଖ କରାଯାଇଥିଲା।ସସ୍ମିତା ପାଣ୍ଡିଆନଙ୍କ ସମ୍ପର୍କୀୟ ବୋଲି ପରିଚୟ ଦେଇ ଚାକିରି କରାଇ ଦେବା ନାଁରେଏକାଧିକ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ସସ୍ମିତା ମାଝୀଙ୍କ ସମେତ ୩ ଜଣ ଅଭିଯୁକ୍ତ ରହିଛନ୍ତି। ପୂର୍ବରୁ ମାଷ୍ଟରମାଇଣ୍ଡ ରମେଶ ରାଉତଙ୍କୁ ଭୁବନେଶ୍ୱରରୁ ଗିରଫ କରିଥିଲା ପୁଲସ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking