ବେଶି ଧନ ହେଲେ ଧନୀ ସିନା ହେବ*
ଚୋରକୁ ସର୍ବଦା ଭୟ,
ଯାଇ ପାରିବୁନି ଘରକୁ ଛାଡ଼ି ତୁ
ଡାକିଲେ ବି ସମ୍ପର୍କୀୟ।
ଖୁସି ଅଳ୍ପ ସମୟ ପାଇଁ ଧୈର୍ଯ୍ୟ ଦେଇ ଥାଏ କିନ୍ତୁ ଧୈର୍ଯ୍ୟ ସବୁଦିନ ପାଇଁ ଖୁସି ଦେଇ ଥାଏ ଏଥିପାଇଁ ଯେତେବେଳେ ବି ଆପଣଙ୍କର ସମୟ ଖରାପ ହେବ ସେତେବେଳେ ଟିକେ ହସନ୍ତୁ ଏବଂ ଧୈର୍ଯ୍ୟ ଧରନ୍ତୁ ଆଉ ସମୟକୁ ତାର କାମ କରିବା ପାଇଁ ଦିଅନ୍ତୁ।*
ସମସ୍ତେ କହନ୍ତି
ମୁଁ ସୁନ୍ଦର ଚେହେରା ଖୋଜେ ନାହିଁ ସୁନ୍ଦର ମନ ଖୋଜେ ଅସଲ କଥାଟି ହେଲା
ସମସ୍ତେ ପ୍ରଥମେ ସୁନ୍ଦର ଚେହେରା ହିଁ ଖୋଜନ୍ତି ।
କେହି ରହି ନାହିଁ ରହିବେ ନାହିଁ ଟି ଭବରଙ୍ଗ ଭୂମି ତଳେ,*
ସର୍ବେ ନିଜ ନିଜ ଅଭିନୟ ସାରି ବାହୁଡିବେ କାଳବଳେ ।
ସକଳ ତୀର୍ଥ ତୋ ଚରଣେ*
ବଦ୍ରିକା ଯିବି କି କାରଣେ ।
ପାଣି ଯଦି ମର୍ଯ୍ୟାଦା ଭାଙ୍ଗେ ତେବେ ବିନାଶ ହୋଇଥାଏ….
ବାଣୀ ଯଦି ମର୍ଯ୍ୟାଦା ଭାଙ୍ଗେ ତେବେ ସର୍ବନାଶ ହୋଇଥାଏ….
ଓଁ ଶ୍ରୀ ଦାରୁ ବ୍ରହ୍ମ ଜଗନ୍ନାଥ ଜୟ ଶ୍ରୀ କୃଷ୍ଣlୟ ନମ ନମଃ
ଅଦ୍ୟ ଅଗଷ୍ଟ ମାସ ୩୧ ତାରିଖ ୨୦୨୪ ମସିହା(ଶନିବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-କାଳ
ଭାଦ୍ରବ ମାସ- କୃଷ୍ଣପକ୍ଷ
ତିଥି- ତ୍ରୟୋଦଶୀ ରାତ୍ରି ଘ ୦୩/୫୦ ଗତେ ଚତୁର୍ଦ୍ଦଶୀ
ନକ୍ଷତ୍ର- ପୂଷ୍ୟା ରାତ୍ରି ଘ୦୮/୩୩ ଗତେ ଅଶ୍ଳେଷା
ଚନ୍ଦ୍ର- କର୍କଟ
ଯୋଗ- ବାରୀୟ।ନ୍
କରଣ – ଗର
ସୌରମାସ- ସିଂହ ୧୭ ଦିନ
*✧═════•❁❀❁•════
✧*
ସୁର୍ୟୋଦୟ-ପ୍ରାତଃ ଘ୦୫/୩୫/୦୫
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୧/୫୨
*✧═════•❁❀
ଯୋଗିନୀ ଦକ୍ଷିଣେ ରାତ୍ରି ଘ ୦୩/୫୦ ଗତେ ପଶ୍ଚିମେ
ତ୍ରୟୋଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ବୃଷ,ସିଂହ ଓ କନ୍ୟା ରାଶି ର ଘାତବାର
✧═════•❁❀❁•═══
କାଳବେଳା -ଦିବା ଘ୦୭/୦୮ ମଧ୍ୟେ ଓ ଘ୦୮/୪୦ ଗତେ ଘ୧୦/୧୬ ମଧ୍ୟେ
ବାରବେଳା – ଦିବା ଘ୦୧/୧୭ ଗତେ ଘ୦୫/୫୭ ମଧ୍ୟେ
ମୃତେ ଏକପାଦ ପୁଷ୍କର ଦୋଷ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୧୦/୧୭ ଗତେ ଘ୧୨/୪୭ ମଧ୍ୟେ ଓ ରାତ୍ରି ଘ୦୮/୨୦ଗତେ ଘ୧୦/୪୫ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି
═✧*══•❁❀❁•═════✧
ଅଦ୍ୟ ବାଇଗଣ ଭକ୍ଷଣ ନିଷେଧ
✧═════•❁❀❁•═════✧
ଆଜିର ରାଶିଫଳ
✧═════•❁❀❁•═════✧
ମେଷ
ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।*
✧═════•❁❀❁•═════✧
ବୃଷ
ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ ଗଢିବାରେ ସହାୟ ହେବ | କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ | ବ୍ୟାପାର ଲାଭଦାୟକ ରହିବ | ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତ ରହିବେ |*
✧═════•❁❀❁•═════✧
ମିଥୁନ
ଆଜି ଅଯଥା ଚିନ୍ତା ବୃଦ୍ଧି ଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ | ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ | କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ | ବ୍ୟାପାର ମଧ୍ୟମ ରହିବ | ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ |*
✧═════•❁❀❁•═════✧
କର୍କଟ
ଆଜି ଦିନ ଶୁଭ ରହିବାରୁ ମନ ପ୍ରସନ୍ନ ରହିବ | ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ | ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ ।*
✧═════•❁❀❁•═════✧
ସିଂହ
ଆଜି ବ୍ୟୟବୃଦ୍ଧି ହେବ | ଚକ୍ଷୁ ପୀଡା ଦେଖାଦେବ | ନିଜ ସମ୍ପର୍କୀୟମାନଙ୍କୁ କଟୁବାକ୍ୟ କହି ଶତ୍ରୁତା କରିବସିବେ | କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ | ବ୍ୟାପାରରେ କ୍ଷତି ସହିପାରନ୍ତି | ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ |*
✧═════•❁❀❁•═════✧
କନ୍ୟା
ଆଜି ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିପାରେ | ଶୁଭ ସମାଚାର ମିଳିପାରେ | କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ | ବ୍ୟାପାର ଲାଭଦାୟୀ ରହିବ | ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ |*
✧═════•❁❀❁•═════✧
ତୁଳା
ଆଜି ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ | ନିଜ ବାକ-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ | ମାଲି ମକଦ୍ଦମା କାର୍ଯ୍ୟ କରନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ସ୍ଥାନଂତରଣ ଯୋଗ ରହିଛି | ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ | ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ |*
✧═════•❁❀❁•═════✧
ବିଛା
ଆଜି ଉପହାର ମିଳିପାରେ | କୌଣସି ସ୍ତ୍ରୀ ମିତ୍ର ସାହାଯ୍ୟ କରିବେ | କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ | କାର୍ଯ୍ୟକ୍ଷେତ୍ରରେ ଉଚସ୍ଥ ଅଧିକାରୀଙ୍କ ପ୍ରଶଂସାଭାଜନ ହେବେ | ବ୍ୟାପାରରେ ନୂତନ ଯୋଜନା କରି ସୁଫଳ ମିଳିପାରେ | ପରିବାରରେ ସୁଖରେ ସମୟ କାଟିବେ |*
✧═════•❁❀❁•═════✧
ଧନୁ
ଆଜି ସବୁ କ୍ଷେତ୍ରର ସଫଳତା ପାଇପାରନ୍ତି | ଶାରୀରିକ ଓ ମାନସିକ ସୁସ୍ଥତା ସହ ମାନ-ସମ୍ମାନ ମିଳିପାରେ | କୌଣସି ପ୍ରୀତିଭୋଜନର ଆନନ୍ଦ ଉଠେଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ଗ୍ରାହକକୁ ମିଠା କଥା କହି ଆକୃଷ୍ଟ କରେଇ ଲାଭବାନ ହୋଇପାରନ୍ତି | ପରିବାରରେ ସୁଖ-ଶାନ୍ତିରେ ସମୟ କଟିବ |*
✧═════•❁❀❁•═════✧
ମକର
ଆଜି ଶାରୀରିକ ଓ ମାନସିକ ଅସୁସ୍ଥତା ଦେଇ ଗତି କରିବେ | ବିରୋଧୀଙ୍କ ସମାଲୋଚନା ଯୋଗୁଁ ତର୍କ-ବିତର୍କ ହୋଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ | ଅଯଥା ଖର୍ଚ୍ଚ ବଢ଼ିଯିବ | କର୍ମସ୍ଥଳୀରେ ହଠାତ ଜରୁରୀ କାର୍ଯ୍ୟକୁ ନେଇ ବିଦେଶ ଯାତ୍ରାର ମଉକା ମିଳିପାରେ | ବ୍ୟାପାରରେ କାର୍ଯ୍ୟଶୈଳୀ ଦ୍ୱାରା ବାଧା-ବିଘ୍ନକୁ ଏଡାଇଯିବେ ।*
✧═════•❁❀❁•═════✧
କୁମ୍ଭ
ଆଜି ସ୍ୱାସ୍ଥ୍ୟ ବିଗିଡିଯାଇପାରେ | କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ | ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ | ଖର୍ଚ୍ଚବୃଦ୍ଧି ଯୋଗୁଁ ଆର୍ଥିକ ସମସ୍ୟା ହୋଇପାରେ | କାର୍ଯ୍ୟସ୍ଥଳୀରେ ଅଧିକ କାର୍ଯ୍ୟଭାର ଯୋଗୁଁ ଥକ୍କା ଅନୁଭୂତ ହେବ | ବ୍ୟାପାରରେ ଦିନଟି ଅଶୁଭ ରହିପାରେ | ପରିବାରରେ ସଦସ୍ୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖାଦେବ |*
✧═════•❁❀❁•═════✧
ମୀନ
ଆଜି କୌଣସି ମନୋରଞ୍ଜନ ପାଇଁ ବାହାରକୁ ଯାଇପାରନ୍ତି | ଆର୍ଥିକ ଲାଭ ସହ ସାହିତ୍ୟ, କଳା କ୍ଷେତ୍ରରେ ସୁଫଳ ମିଳିପାରେ | ନୂତନ ବସ୍ତ୍ରଭୂଷଣଃ ଲାଭ କରିବେ | କାର୍ଯ୍ୟସ୍ଥଳୀରେ ଧିମା କାର୍ଯ୍ୟ କରିବା ଯୋଗୁଁ ସମାଲୋଚିତ ହେବେ | ବ୍ୟାପାରରେ ପାର୍ଟନର ସହ ନୂତନ ନିବେଶ କରି ଲାଭବାନ ହୋଇପାରନ୍ତି ।










