ଭୁବନେଶ୍ୱର : ଆଜି ବିଧାନସଭା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ । ଆଜି ଗୃହରେ ବଲାଙ୍ଗିରର ବିଧାୟକ କଳିକେଶ ସିଂ ଦେଓଙ୍କ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବଲାଙ୍ଗିରରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ସମ୍ପର୍କରେ ପ୍ରଶ୍ନ କରିଥିଲେ । ତେବେ ସେ ପ୍ରଶ୍ନରେ ପଚାରିଥିଲେ ଯେ, ବଲାଙ୍ଗିରରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ହେବାର ପ୍ରସ୍ଥାବ ଅଛି କି ? ତେବେ ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଥିଲେ ଯେ, ସୁପ୍ରିମକୋର୍ଟ ଦ୍ୱାରା ଏ ସଂକ୍ରାନ୍ତରେ ଆସିଥିବା ରାୟ ଅନୁଯାୟୀ ଓଡିଶାରେ କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠାର କୌଣସି ଯଥାର୍ଥତା ନାହିଁ । ଓଡିଶାରେ ପ୍ରତିଷ୍ଠା ହୋଇନପାରେ ହାଇକୋର୍ଟ ବେଞ୍ଚ । ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଲିଖିତ ଉତ୍ତର ।










