24.1 C
Bhubaneswar
Monday, April 6, 2026
Homeଓଡିଶାଆସୁଛି ଆଉ ଏକ ଲଘୁଚାପ

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ବର : ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୫ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ପ୍ରଭାବରେ ୫ରୁ ୮ ତାରିଖ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ସୃଷ୍ଟି ପୂର୍ବରୁ ଆସନ୍ତା ଦୁଇ ଦିନ ଧରି ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକ ସମେତ ନୟାଗଡ଼, ଗଜପତି, କେନ୍ଦୁଝର, ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ। ୫ ଓ ୬ ତାରିଖରେ କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ବାକି ଜିଲ୍ଲାଗୁଡ଼ିକରେ କାଳବୈଶାଖୀ ପ୍ରଭାବ ରହିବ। ତାହାକୁ ନଜରରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ରହିବାକୁ ଏସ୍‌ଆରସିଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking