ଭୁବନେଶ୍ୱର : ଚଳିତ ବର୍ଷରୁ ଲାଗୁ ହେବ ସହିଦ ମାଧୋ ସିଂ ହାତ ଖର୍ଚ୍ଚ । ତଦନୁଯାୟୀ ଏସସି/ଏସଟି ଛାତ୍ରଛାତ୍ରୀଙ୍କୁ ବାର୍ଷିକ ୫ ହଜାର ଟଙ୍କା ମିଳିବ । ଏନେଇ ପୂର୍ବରୁ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଥିବାବେଳେ ଆଜି ଏନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି । ଏ ବାବଦରେ ଚଳିତ ବର୍ଷ ମୋଟ୍ ୧୫୬ କୋଟି ଟଙ୍କା ଖର୍ଚ୍ଚ ହେବ । ଏହା ଦ୍ୱାରା ୩ ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେବେ । ନବମ ଓ ଏକାଦଶ ଛାତ୍ରଛାତ୍ରୀଙ୍କୁ ବାର୍ଷିକ ୫ ହଜାର ଟଙ୍କା ମିଳିବ ।