30.1 C
Bhubaneswar
Tuesday, February 10, 2026
Homeଓଡିଶାଯାଜପୁର ଜିଲ୍ଲାରେ ସୁଭଦ୍ରା ଯୋଜନା କାର୍ଯ୍ୟକାରିତା ସମ୍ପର୍କରେ ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ

ଯାଜପୁର ଜିଲ୍ଲାରେ ସୁଭଦ୍ରା ଯୋଜନା କାର୍ଯ୍ୟକାରିତା ସମ୍ପର୍କରେ ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ

ଯାଜପୁର : ଯାଜପୁର ଜିଲ୍ଲାରେ ସୁଭଦ୍ରା ଯୋଜନାର କାର୍ଯ୍ୟକାରିତା ସଂପର୍କରେ ଆଜି ଅପରାହ୍ନ ଘ. 3 ଟା ସମୟରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀମତି ପି. ଅନ୍ଵେଷା ରେଡ୍ଡୀ ଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ , ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଅଶୋକ କୁମାର ବେଉରିଆ ଓ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ସବିତା ଚ୍ୟାଉପଟ୍ଟନାୟକ ପ୍ରମୁଖ ମଞ୍ଚାସୀନ ଥିଲେ ।

ଏହି ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲାପାଳ ଶ୍ରୀମତୀ ରେଡ୍ଡୀ ଯୋଜନାର କାର୍ଯ୍ୟକାରିତା ସଂପର୍କରେ ସଂକ୍ଷିପ୍ତ ସୂଚନା ପ୍ରଦାନ କରିଥିଲେ I ସୁଭଦ୍ରା ଯୋଜନା ହିତାଧିକାରୀ ଦରଖାସ୍ତ ଫର୍ମ ଅଙ୍ଗନବାଡି କେନ୍ଦ୍ର ଓ ଅଙ୍ଗନବାଡି ଦିଦିଙ୍କ ଠାରୁ ଗ୍ରହଣ କରିପାରିବେ I ଏହି ସମ୍ବନ୍ଧିତ କୌଣସି ଅସୁବିଧାର ସମ୍ମୁଖୀନ ହେଲେ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ଓ ଜିଲ୍ଲା କାର୍ଯ୍ୟାଳୟର ସୁଭଦ୍ରା ସହାୟତା କେନ୍ଦ୍ରରେ ଯୋଗାଯୋଗ କରି ପାରିବେ I ଯୋଗ୍ୟ ହିତାଧିକାରୀମାନେ ନିଜ ଆଧାର କାର୍ଡ, ମୋବାଇଲ ନମ୍ବର ଓ ବ୍ୟାଙ୍କ ଆକାଉଣ୍ଟ ନମ୍ବର ର ସମସ୍ତ ଦରକାରୀ କାଗଜପତ୍ର ନେଇ ଚିହ୍ନଟ ହୋଇଥିବା ନିକଟସ୍ଥ ମୋ ସେବା କେନ୍ଦ୍ର କିମ୍ବା ଜନ ସେବା କେନ୍ଦ୍ର ଠାରେ ନିଜ ନାମ ସୁଭଦ୍ରା ପୋର୍ଟାଲରେ ପଞ୍ଜିକରଣ କରିପାରିବେ I ଏଥି ନିମନ୍ତେ e-KYC ର ବ୍ୟବସ୍ଥା ଅଛି (OTP based, Fingerprint/Bio-metric, Iris, Face Authentication) I ଇତି ମଧ୍ୟରୁ କୌଣସି ଏକ e-KYC ମାଧ୍ୟମରେ ଯୋଗ୍ୟ ହିତାଧିକାରୀମାନେ ପଞ୍ଜିକରଣ କରିପାରିବେ I ଏହି ସମୟରେ ହିତାଧିକାରୀମାନେ ନିଜେ ଉପସ୍ଥିତ ରହିବାକୁ ସୂଚନା ଦିଆଯାଇଛି I ହିତାଧିକାରୀଙ୍କ ଅନୁପସ୍ଥିତିରେ କୌଣସି ପ୍ରାମାଣିକିକରଣ କରାଯିବ ନାହିଁ I ଆବେଦନକାରୀଙ୍କୁ କୌଣସି ସ୍ତରରେ ଏଥି ପାଇଁ କୌଣସି ଦେୟ ଦେବାକୁ ପଡିବ ନାହିଁ ।

ନିଷ୍କ୍ରିୟ ଥିବା ଆଧାର କାର୍ଡ ଗୁଡିକରେ ଆବଶ୍ୟକ ପରିବର୍ତ୍ତନ କରିବା ପାଇଁ ଆମ ଜିଲ୍ଲାରେ ସର୍ବମୋଟ 59 ଟି ଆଧାର କେନ୍ଦ୍ରର ଉପଲବ୍ଧ ଅଛି ଏବଂ 92 ଟି ପୋଷ୍ଟାଲ ଆଧାର କେନ୍ଦ୍ରରେ ପିଲାମାନଙ୍କର ଆଧାର ସହିତ ମୋବାଇଲ ନୁମ୍ବର ସଂଯୋଗ କରିବାର ବ୍ୟବସ୍ତା ରହିଛି।ଏହି ପରିବର୍ତ୍ତନ ନିମନ୍ତେ ସରକାରୀ ନିର୍ଦ୍ଦେଶାବଳୀ ଅନୁଯାୟୀ Biometric updation ପାଇଁ ୧୦୦/- ଟଙ୍କା ଓ demographic updation ପାଇଁ ୫୦/- ଟଙ୍କା ଧାର୍ଯ୍ୟ କରାଯାଇଛି I ଏହା ବ୍ୟତୀତ ଅନ୍ୟ କୌଣସି ସ୍ତରରେ ଦେୟ ପ୍ରଦାନ କରାଯିବ ନାହିଁ I ସେହି ଭଳି ସର୍ବମୋଟ ଜନସେବା କେନ୍ଦ୍ର 1428 ଏବଂ ମୋ ସେବକେନ୍ଦ୍ର 415ଟି ରେ ସୁଭଦ୍ରା ପଞ୍ଜିକରଣ କରିପାରିବେ। ଜନ ଗହଳି ହେଉଥିବା କେନ୍ଦ୍ରଗୁଡିକ ପରିସରରେ ପୋଲିସ ପାଟ୍ରୋଲିଂ କରାଯାଇ ଭିଡ଼ ନିୟନ୍ତ୍ରଣ କରିବା ପାଇଁ ସମସ୍ତ ସୁବନ୍ଦୋବସ୍ତ କରାଯାଇଛି I ଶୃଙ୍ଖଳିତ ଭାବରେ ନିର୍ଦ୍ଧାରିତ ତାରିଖ ଏବଂ ସମୟ ଅନୁଯାୟୀ ଜନ ସେବା କେନ୍ଦ୍ର କିମ୍ବା ମୋ ସେବା କେନ୍ଦ୍ରରେ ପହଞ୍ଚି ନିଜ ନାମ ପଞ୍ଜିକୃତ କରିହେବ I ସୁଭଦ୍ରା ଯୋଜନା ଅନ୍ତର୍ଗତ ଆବେଦନ କରିବା ପାଇଁ କୌଣସି ସମୟସୀମା ଧାର୍ଯ୍ୟ କରାଯାଇ ନାହିଁ I ଏହା ଏକ ନିରନ୍ତର ପ୍ରକ୍ରିୟା ବୋଲି ସର୍ବଶେଷରେ ମଞ୍ଚସ୍ଥ ସମସ୍ତ ଅଧିକାରୀମାନେ ହିତାଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି I ସୁଭଦ୍ରା ଯୋଜନା ସମ୍ବଧୀୟ ଯେ କୌଣସି ତଥ୍ୟ ଓ ଅଭିଯୋଗ ନିମନ୍ତେ ଟୋଲ ଫ୍ରି ନୁମ୍ବର 14678ରେ ଯୋଗାଯୋଗ କରିବାକୁ ପରାମର୍ଶ ଦେଇଛନ୍ତି।

ଏହି ସମ୍ମିଳନୀରେ ସୁଭଦ୍ରା ଯୋଜନାର ଜିଲ୍ଲା ନୋଡାଲ ଅଧିକାରୀ ଶ୍ରୀ ଅଶୋକ କୁମାର ବେଉରିଆ, ଏଲ ଡି ଏମ , ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାମିନୀ ରଞ୍ଜନ ପଟ୍ଟନାୟକ ଉପସ୍ଥିତ ଥିଲେ I

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking