27.1 C
Bhubaneswar
Sunday, February 22, 2026
Homeଓଡିଶାଆସନ୍ତାକାଲି ମାଲକାନଗିରି ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି

ଆସନ୍ତାକାଲି ମାଲକାନଗିରି ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି

ମାଲକାନଗିରି : ଲଗାଣ ବର୍ଷା ଯୋଗୁ ମାଲକାନଗିରି ଜିଲ୍ଲାରେ ସ୍ଥିତି ଅଣାୟତ ହୋଇଥିବା ବେଳେ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏମିତିକି କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ମାଲାକାନଗିରି ଜିଲ୍ଲାପାଳ ଆସନ୍ତାକାଲି ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି। କିନ୍ତୁ ସ୍କୁଲରେ ଶିକ୍ଷକ ଓ ଅନ୍ୟ କର୍ମଚାରୀମାନଙ୍କୁ ଉପସ୍ଥିତ ରହିବାକୁ କୁହାଯାଇଛି।

ଦୁଇ ଦିନର ଅବିଶ୍ରାନ୍ତ ବର୍ଷା ପରେ ମାଲକାନଗିରି ଜିଲ୍ଲାରେ ଜଳ ପ୍ରଳୟ ଦେଖିବାକୁ ମିଳିଛି। ଜିଲ୍ଲାର ପୋଟେରୁ ଅଞ୍ଚଳ ପୂରା ଜଳାର୍ଣ୍ଣବ ହୋଇଯାଇଛି। ଏଠାରେ ୨୦୦ରୁ ଅଧିକ ଘର ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। ପୋଟେରୁ ନଦୀ ଭୟଙ୍କର ରୂପ ଧାରଣ କରିଥିବା ବେଳେ ପୋଟେରୁ ବ୍ରିଜ୍ ଉପରେ ୧୫ ଫୁଟ ଉଚ୍ଚରେ ପାଣି ପ୍ରବାହିତ ହେଉଛି। ମାଲକାନଗିରି ସହରରେ ଗତ ୨୪ ଘଣ୍ଟାରେ ୨୫୩ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ଚିତ୍ରକୋଣ୍ଡାରେ ୨୨୫, କୋରୁକୁଣ୍ଡାରେ ୨୦୦, ମାଥିଲିରେ ୧୫୦ ଓ ପଡ଼ିଆରେ ୯୮ ମିମି ବର୍ଷା ରେକର୍ଡ କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking