24.1 C
Bhubaneswar
Monday, April 6, 2026
Homeଓଡିଶାଇତିହାସକୁ ବିକୃତ କରିବା ପାଇଁ ଅପଚେଷ୍ଟା : ନବୀନ

ଇତିହାସକୁ ବିକୃତ କରିବା ପାଇଁ ଅପଚେଷ୍ଟା : ନବୀନ

ଭୁବନେଶ୍ୱର : ଏହା କ’ଣ ଓଡ଼ିଆ ଅସ୍ମିତା? ମହାପୁରୁଷମାନଙ୍କ ପ୍ରତି ସମ୍ମାନ, କୃତଜ୍ଞ ରହିବା ଜାତିର ନୈତିକ ଦାୟିତ୍ଵ । ମହାପୁରୁଷମାନଙ୍କ ତ୍ୟାଗ, ସାଧନା ଓ ଦୂରଦୃଷ୍ଟି ଦ୍ବାରା ଗଢ଼ି ଉଠିଥିବା ଉତ୍କର୍ଷ ଅନୁଷ୍ଠାନ ଜାତିର ଅକ୍ଷୟ କୀର୍ତ୍ତି। ଓଡ଼ିଆ ଭାଷା ଓ ସାହିତ୍ୟର ଉନ୍ନତିରେ ବ୍ୟାସକବି ଫକୀରମୋହନ ସେନାପତିଙ୍କ ଅତୁଳନୀୟ ଅବଦାନ ରହିଛି। ଓଡ଼ିଶାର ସାମଗ୍ରିକ ବିକାଶରେ ମୟୂରଭଞ୍ଜ ରାଜପରିବାରର ଅବଦାନ ସମସ୍ତେ ଜାଣନ୍ତି। ସାହିତ୍ୟ, ଶିକ୍ଷା, ସ୍ବାସ୍ଥ୍ୟ, ସଂସ୍କୃତି ଆଦି ସବୁ କ୍ଷେତ୍ରରେ ସେମାନଙ୍କ ଅବଦାନ ଅସୀମ । ଇତିହାସକୁ ବିକୃତ କରିବା ପାଇଁ କିଛି ଲୋକ ଅପଚେଷ୍ଟା କରୁଛନ୍ତି। ଆଗାମୀ ପୀଢ଼ି ପାଇଁ ଏହା କି ବାର୍ତ୍ତା ଦେବ? କଥାରେ କୋଣାର୍କ ହୁଏ ନାହିଁ। ଗୋଟିଏ ଅନୁଷ୍ଠାନ ଟିଏ ଗଢ଼ିବା ସହଜ ନୁହେଁ । ଦରକାର ଅନେକ ତ୍ୟାଗ ଓ ତପସ୍ୟା। ସାମୟିକ ସଫଳତାର ଉଲ୍ଲାସରେ ମଦମତ୍ତ ନେତାମାନେ ଆଜି ନୂଆ ଇତିହାସ ଲେଖୁବା ଆରମ୍ଭ କରିଛନ୍ତି। ସେମାନେ ମନେ ରଖିବା ଉଚିତ, ହିମାଳୟ ପରି ଉତ୍ତୁଙ୍ଗ ବରପୁତ୍ରମାନଙ୍କ ବ୍ୟକ୍ତିତ୍ୱକୁ ମଳିନ କରିବାକୁ ଚେଷ୍ଟା କଲେ ନିଜର ଅସ୍ତିତ୍ବ ହରାଇ ବସିବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking