21.1 C
Bhubaneswar
Wednesday, December 17, 2025
Homeଓଡିଶା୧୩ରେ ପୁଣି ଲଘୁଚାପ, ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

୧୩ରେ ପୁଣି ଲଘୁଚାପ, ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୧୩ ତାରିଖ ବେଳକୁ ବଙ୍ଗୋପାସଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଘନୀଭୂତ ହୋଇ ପରବର୍ତ୍ତୀ ୨୪ରୁ ୪୮ଘଣ୍ଟା ମଧ୍ୟରେ ଅବପାତର ମଧ୍ୟ ରୂପ ନେଇପାରେ ବୋଲି ପାଣିପାଗ ବିଶେଷଜ୍ଞଙ୍କ ପକ୍ଷରୁ ସୂଚନା ମିଳିଛି। ଆସନ୍ତାକାଲି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ପ୍ରଭାବରେ ୧୩ରେ ପଶ୍ଚିମବଙ୍ଗ ଉପରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ପରବର୍ତ୍ତୀ ୨୪-୪୮ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବାକୁ ଥିବାରୁ ଏହା ପ୍ରଭାବରେ ରାଜ୍ୟରେ ଭାରି ବର୍ଷା ହେବ। ବିଶେଷକରି ବାଲେଶ୍ୱର, ମୟୂରଭଞ୍ଜ ଓ ସୁନ୍ଦରଗଡ଼଼ରେ ୧୩ରୁ ୧୫ ତାରିଖ ମଧ୍ୟରେ ଭାରି ବର୍ଷା ହୋଇପାରେ। ଯଦି ଏହି ଲଘୁଚାପଟି ଦକ୍ଷିଣ-ପଶ୍ଚିମବଙ୍ଗରେ ସୃଷ୍ଟି ହୁଏ, ତେବେ ଉପରୋକ୍ତ ୩ଟି ଜିଲ୍ଲା ସମେତ ଭଦ୍ରକ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ଦେବଗଡ଼଼ ଓ ଝାରସୁଗୁଡ଼ାରେ ମଧ୍ୟ ଭାରି ବର୍ଷା ହେବ ଏବଂ ୧୬ରେ ମଧ୍ୟ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ଦ୍ୱାରା ଝାଡ଼ଖଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଦକ୍ଷିଣ ଓଡ଼ିଶାରେ ସପ୍ତାହକ ମଧ୍ୟରେ ବିଶେଷ ବର୍ଷା ନାହିଁ। ୧୨ତାରିଖରେ ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ନେଇ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ୧୩ ମଧ୍ୟ ଭାରି ବର୍ଷା ନେଇ ପାଣିପାଗ କେନ୍ଦ୍ର କହିଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking