25.1 C
Bhubaneswar
Saturday, March 7, 2026
Homeଦେଶ ବିଦେଶଆରପାରିରେ ସିପିଆଇଏମ୍ ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ

ଆରପାରିରେ ସିପିଆଇଏମ୍ ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ

ନୂଆଦିଲ୍ଲୀ : ଆରପାରିରେ ସିପିଆଇଏମ୍ ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ । ନୂଆଦିଲ୍ଲୀ ଏମ୍ସରେ ୭୨ ବର୍ଷ ବୟସରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି । ଶ୍ୱାସନଳୀ ସଂକ୍ରମଣ ଯୋଗୁ ସେ ଅଗଷ୍ଟ ୧୯ରୁ ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିଲେ। ସେଠାରେ ଡାକ୍ତରଙ୍କ ସବୁ ପ୍ରକାରର ଉଦ୍ୟମ ସତ୍ତ୍ୱେ ଆଜି ସୀତାରାମ ୟେଚୁରୀ ଆଖି ବୁଜିଛନ୍ତି। ୟେଚୁରୀ ୨୦୦୫ରୁ ୨୦୧୭ ଯାଏ ରାଜ୍ୟସଭାର ସାଂସଦ ଭାବେ କାର୍ଯ୍ୟ କରିଥିଲେ। ଅଗଷ୍ଟ ୧୯ ତାରିଖ ସନ୍ଧ୍ୟାରେ ନିମୋନିଆ ଯୋଗୁ ତାଙ୍କୁ ଏମ୍ସର ସ୍ୱତନ୍ତ୍ର ୱାର୍ଡରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ପ୍ରଥମେ ଆଇସିୟୁ ଓ ପରେ ଶ୍ୱାସକ୍ରିୟା ମେସିନ ଦ୍ୱାରା ତାଙ୍କୁ ଅମ୍ଳଜାନ ଯୋଗାଇ ଦିଆଯାଉଥିଲା। ଏହାପୂର୍ବରୁ ୟେଚୁରୀଙ୍କ ମୋତିଆ ବିନ୍ଦୁ ଅପରେସନ ମଧ୍ୟ ହୋଇଥିଲା। ସୀତାରାମ ୟେଚୁରୀ ଭାରତୀୟ ରାଜନୀତିର ଜଣେ ଜଣାଶୁଣା ଚେହେରା ଥିଲେ। ସେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ)ର ସାଧାରଣ ସମ୍ପାଦକ ମଧ୍ୟ ରହିଥିଲେ । ସେ ଜଣେ ତାମିଲ ବ୍ରାହ୍ମଣ ପରିବାରରେ ୧୯୫୨ ମସିହା ଅଗଷ୍ଟ ୧୨ରେ ଜନ୍ନଗ୍ରହଣ କରିଥିଲେ । ଜରୁରୀ ପରିସ୍ଥିତି ସମୟରେ ସେ ଜେଏନୟୁର ଛାତ୍ର ଥିବାବେଳେ ଗିରଫ ହୋଇଥିଲେ । ୧୯୯୨ରୁ ସେ ସିପିଆଇ ପଲିଟିବ୍ୟୁରୋର ସଦସ୍ୟ ରହିଥିଲେ । ୟେଚୁରୀ ରାଜ୍ୟସଭା ସାଂସଦ ଥିବା ବେଳେ ୨୦୧୬ରେ ଶ୍ରେଷ୍ଠ ସାଂସଦ ପୁରସ୍କାର ପାଇଥିଲେ। ୟେଚୁରୀ ୧୯୭୪ମସିହାରେ ଷ୍ଟୁଡେଣ୍ଟ ଫେଡେରେସନ୍ ଅଫ୍ ଇଣ୍ଡିଆ (ଏସ୍ ଏଫ୍ ଆଇ)ରେ ଯୋଗ ଦେଇଥିଲେ। ବର୍ଷକ ମଧ୍ୟରେ ସେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ)ର ସଦସ୍ୟ ହୋଇଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking