28.1 C
Bhubaneswar
Thursday, September 19, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ଏକ ମଜଭୁତ ବନ୍ଧୁତା ପାଇଁ ପ୍ରତିଦିନ କଥାବାର୍ତା କିମ୍ବା ଏକାଠି ରହିବାର ଆବଶ୍ୟକତା ନାହିଁ । ଯେ ପର୍ଯ୍ୟନ୍ତ ସମ୍ପର୍କ ହୃଦୟରେ ଜୀବନ୍ତ ରହିବ, ପ୍ରକୃତ ବନ୍ଧୁ କେବେହେଲେ ଅଲଗା ହେବେ ନାହିଁ ।

ନିଜର ଦକ୍ଷତା ଆପଣଙ୍କୁ ଶୀର୍ଷରେ ପହଞ୍ଚେଇପାରେ, କିନ୍ତୁ ସେଠାରେ ରହିବାକୁ ହେଲେ ଏକ ଭଲ ଚରିତ୍ର ର ଆବଶ୍ୟକତା ରହିଛି ।

ଅର୍ଥ ମଣିଷର ଅବସ୍ଥିତି ପରିବର୍ତ୍ତନ କରିପାରିଲେ ମଧ୍ୟ କେବେହେଲେ ନିଜର ସ୍ଵଭାଵ କୁ ପରିବର୍ତ୍ତନ କରି ପାରେନା ।

ସମ୍ପର୍କ କଥାରୁ ସୃଷ୍ଟି ହୁଏନାହିଁ ହୃଦୟରୁ ହୋଇଥାଏ ।
କିଛି ଲୋକ ଅନେକ କଥା କୁହନ୍ତି କିନ୍ତୁ ନିଜର ହୁଅନ୍ତିନି।
ଆଉ କିଛି ଲୋକ ଚୁପ ରହି ମଧ୍ୟ ନିଜର ହୋଇଯାନ୍ତି ।

ସାଙ୍ଗ ଔଷଧ ଠୁ ବି ଭଲ ହୋଇଥାଏ କାହିଁକି ନା
ଭଲ ସାଙ୍ଗ ର କେବେ Expiry Date ହିଁ ନଥାଏ ।

ମନର ଯନ୍ତଣା ଶରୀର ର ଯନ୍ତଣା ଠାରୁ ଅଧିକ କଷ୍ଟ ଦାୟକ ….

ସେଥିଲାଗି

କେବେ କାହାର ମନକୁ କଷ୍ଟ ଦିଅନ୍ତୁ ନାହିଁ….

ଓଁ ଶ୍ରୀଶ୍ରୀ ଜଗନ୍ନାଥ ଶରଣଂ

ଅଦ୍ୟ ସେପ୍ଟେମ୍ବର ମାସ ୧୩ ତାରିଖ ୨୦୨୪ ମସିହା(ଶୁକ୍ରବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-କାଳ
ଭାଦ୍ରବ ମାସ- ଶୁକ୍ଳପକ୍ଷ
ତିଥି- ଦଶମୀ ସନ୍ଧ୍ୟା ଘ୦୮/୪୪ ଗତେ ଏକାଦଶୀ
ନକ୍ଷତ୍ର- ପୂର୍ବାଷାଢ଼ା ରାତ୍ରି ଘ୧୦/୨୫ ଗତେ ଉତ୍ତରାଷାଢ଼ା
ଚନ୍ଦ୍ର – ଧନୁ ରାତ୍ରି ଘ୦୪/୧୮ ଗତେ ମକର
ଯୋଗ- ସୌଭାଗ୍ୟ
କରଣ – ତୈତିଳ
ସୌରମାସ- ସିଂହ ୨୯ ଦିନ
*✧═════•❁❀❁•════
✧*
ସୁର୍ୟୋଦୟ-ପ୍ରାତଃ ଘ୦୫/୩୮/୫୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୯/୦୦
*✧═════•❁❀
ଯୋଗିନୀ ଉତ୍ତରେ ରାତ୍ରି ଘ୦୯/୪୪ ଗତେ ଅଗ୍ନିକୋଣେ
ଦଶମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ସିଂହ ରାଶିର ଘାତଚନ୍ଦ୍ର
ବିଛା,ଧନୁ ଓ ମୀନ ରାଶି ର ଘାତବାର
ଅଦ୍ୟ ମୃତେ ରାତ୍ରି ଘ୧୦/୨୫ ଗତେ ଏକପାଦ ପୁଷ୍କର ଦୋଷ
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ୦୮/୪୦ ଗତେ ଘ୦୧/୪୩ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୨୮ ମଧ୍ୟେ ଓ ଘ ୦୧/୪୪ ଗତେ ଘ୦୩/୧୬ ମଧ୍ୟେ ଓ ଘ୦୪/୧୦ ଗତେ ଘ୦୫/୪୦ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି
═✧*══•❁❀❁•═════✧
ଅଦ୍ୟ କଳମଶାଗ ଭକ୍ଷଣ ନିଷେଧ

✧═════•❁❀❁•═════
ଆଜିର ରାଶିଫଳ*
✧═════•❁❀❁•═════
ମେଷ

ଆଜିର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ ।ଯିବା ଆସିବା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ହାତକୁ ନେଇଥିବା ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ସୁଭଫଳ ମିଳିବ ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ ଶତ୍ରୁତା କରିଥିବା ଲୋକ ଠାରୁ ଦୂରେଇ ରୁହନ୍ତୁ

ବୃଷ
: ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ ସଫଳତା ମିଳିବ। ପାଚନତନ୍ତ୍ରର ସମସ୍ୟାରେ ସ୍ୱାସ୍ଥ୍ୟ ଖରାପ ହେବାର ଆଶଂକା ଅଛି।*
✧═════•❁❀❁•═════
ମିଥୁନ
:ସମସ୍ତ କାର୍ଯ୍ୟରେ ଆପଣ ଦ୍ୱନ୍ଦ୍ୱ ଅନୁଭବ କରିବେ। ମାତା ଏବଂ ମହିଳାମାନଙ୍କ ମାମଲାରେ ଅଧିକ ସମ୍ବେଦନଶୀଳ ହେବେ। ବିଚାରର ଭରମାରରେ ମାନସିକ ଆଳସ୍ୟ ଅନୁଭବ କରିବେ। ଅନିଦ୍ରା କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ। ପାଣି କିମ୍ବା ଅନ୍ୟ ତରଳ ପଦାର୍ଥ ଭୟାନକ ପ୍ରମାଣିତ ହୋଇପାରନ୍ତି।*
✧═════•❁❀❁•═════
କର୍କଟ
: କାର୍ଯ୍ୟସଫଳ ପାଇଁ ଆଜିର ଦିନ ଭଲ ରହିବ। ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କ ସହିତ ସାକ୍ଷାତକରି ଆପଣ ଖୁସି ରହିବେ। ଲଘୁ ଯାତ୍ରାର ଯୋଗ ଅଛି। ଭାଇ-ବନ୍ଧୁମାନଙ୍କସହ ମିଳାମିଶା ରହିବ। ଆର୍ଥିକ ଲାଭ ତଥା ସମାଜରେ ଆଦର ସମ୍ମାନ ମିଳିବ। ବିରୋଧିମାନଙ୍କୁ ପରାଜିତ କରି ପାରିବେ।*
✧═════•❁❀❁•═════
ସିଂହ
: ଦୂରରେ ବାସ କରୁଥିବା ସ୍ନେହୀଜନ ତଥା ମିତ୍ରମାନଙ୍କ ସହିତ ସନ୍ଦେଶ ବ୍ୟବହାରରେ ଆପଣଙ୍କୁ ଲାଭ ହେବ। ପରିବାରରେ ସୁଖ-ଶାନ୍ତି ରହିବ। ଉତ୍ତମ ଭୋଜନର ପ୍ରାପ୍ତି ହେବ। ନିର୍ଦ୍ଧାରିତ କାମରେ ସଫଳତା ମିଳିବ। ମହିଳା ମିତ୍ର ଆପଣଙ୍କୁ ସହାୟକ ପ୍ରମାଣିତ ହେବେ।*
✧═════•❁❀❁•═════
କନ୍ୟା
: ଆଜି ଆପଣ ସୌହାର୍ଦପୂର୍ଣ୍ଣ ସମ୍ବନ୍ଧ ବିକସିତ କରି ନିଜର କାମ କାଢ଼ି ପାରିବେ। ବ୍ୟବସାୟ ଦୃଷ୍ଟିରେ ଆଜିର ଦିନ ଲାଭଦାୟକ ପ୍ରମାଣିତ ହେବ। ଆପଣଙ୍କ ସ୍ଵାସ୍ଥ୍ୟ ଭଲ ରହିବ ଏବଂ ମନ ମଧ୍ୟ ସୁସ୍ଥ ରହିବ। ପରିଜନମାନଙ୍କ ସହିତ ସାକ୍ଷାତକରି ଏବଂ ସୁଖ-ଆନନ୍ଦ ପ୍ରାପ୍ତି ହେବ। ଧନ ଲାଭ ତଥା ପର୍ଯ୍ୟଟନର ଯୋଗ ଅଛି।*
✧═════•❁❀❁•═════
ତୁଳା
: ଆଜି ଆପଣ ଅନ୍ୟ ବ୍ୟକ୍ତି କିମ୍ବା କୁଟୁମ୍ବଜନମାନଙ୍କ ସହିତ ଉଗ୍ର ବାର୍ତ୍ତାବିନିମୟ ହେବାର ସଂଭାବନା ଅଛି। ପରୋପକାର ବଦଳରେ ଉପକାର ମିଳିପାରେ। ଆୟ ଅପେକ୍ଷା ଖର୍ଚ୍ଚର ମାତ୍ରା ବଢ଼ିବ। ଦ୍ୱନ୍ଦ୍ୱ ଏବଂ ସମସ୍ୟା ମନର ଶାନ୍ତି ଭଙ୍ଗ କରିବ। ଆଧ୍ୟାତ୍ମିକ ବଚନ କିମ୍ବା ଈଶ୍ଵରଙ୍କର ନାମ ସ୍ମରଣ ଶାନ୍ତି ଦେବ।*
✧═════•❁❀❁•═════
ବିଚ୍ଛା
: ଆଜି ଆପଣଙ୍କ ଗୃହସ୍ଥଜୀବନରେ ସୁଖ ଏବଂ ସନ୍ତୋଷର ଅନୁଭୂତି ମିଳିବ। ପତ୍ନୀ ତଥା ପୁତ୍ରଙ୍କ ତରଫରୁ ଶୁଭ ସମାଚାର ମିଳିବ। ମାଙ୍ଗଳିକ କାର୍ଯ୍ୟ ହେବ। ବିବାହ ପାଇଁ ସଂଯୋଗ ବନିବ। ଚାକିରି ଧନ୍ଦାରେ ଭଲ ଅବସର ଆସିବ। ଆୟରେ ବୃଦ୍ଧି ହେବ। ମହିଳା ମିତ୍ରମାନଙ୍କଠାରୁ ଲାଭ ହେବାର ଯୋଗ ଅଛି।*
✧═════•❁❀❁•═════
ଧନୁ
: ଆଜି ଆପଣଙ୍କ କାର୍ଯ୍ୟ ସଫଳତା ପୂର୍ବକ ସଂପନ୍ନ ହେବ। ପରୋପକାର ଭାବନା ଆଜି ବଲବତ୍ତର ରହିବ। ଆମୋଦ- ପ୍ରମୋଦ ସହିତ ଆପଣଙ୍କ ଦିନ କଟିବ। ଚାକିରି-ବ୍ୟବସାୟରେ ମାନ-ସମ୍ମାନ ପ୍ରାପ୍ତି ହେବ। ଗୃହସ୍ଥଜୀବନରେ ଆନନ୍ଦ ବ୍ୟାପ୍ତି ରହିବ।*
✧═════•❁❀❁•═════
ମକର
: ଆପଣଙ୍କ ଆଜିର ଦିନ ମିଶ୍ର ଫଳଦାୟକ ପ୍ରମାଣିତ ହେବ। ବୌଦ୍ଧିକ କାର୍ଯ୍ୟଗୁଡ଼ିକରେ ଏବଂ ବ୍ୟବସାୟରେ ନୂଆ ବିଚାରଧାରା ଉଦ୍ରେକ ହେବ। ତଥାପି ମଧ୍ୟ ମନର କୌଣସି କୋଣରେ ଆପଣ ଅସୁସ୍ଥତା ଅନୁଭବ ହୋଇପାରେ।ସନ୍ତାନମାନଙ୍କ ସମସ୍ୟା ବିଷୟରେ ଚିନ୍ତା ସୃଷ୍ଟି ହୋଇପାରେ।*
✧═════•❁❀❁•═════
କୁମ୍ଭ
: ନକାରାତ୍ମକ ବିଚାରରେ ମନରେ ହତାସା ସୃଷ୍ଟି ହୋଇପାରେ। ଏହି ସମୟ ମାନସିକ ଉଦ୍ଵେଗ ଏବଂ କ୍ରୋଧର ଭାବନା ଅନୁଭବ କରିପାରନ୍ତି। ବାଣୀ ଉପରେ ନିୟନ୍ତ୍ରଣ ନ ରହିବା କାରଣରୁ ପରିବାରରେ ମନମାଳିନ୍ୟ ଏବଂ ଝଗଡ଼ା ହେବାର ଆଶଂକା ଅଛି। ସ୍ଵାସ୍ଥ୍ୟ ଖରାପ ହୋଇପାରେ ।*

✧═════•❁❀❁•═════
ମୀନ
: ଆଜିର ଦିନ ସୁଖ-ଶାନ୍ତିରେ କଟିବ। ବ୍ୟାପାରିମାନଙ୍କ ଉତ୍ତମ ସମୟ ଅଟେ। ପତି-ପତ୍ନୀଙ୍କର ମଧ୍ୟରେ ଦାମ୍ପତ୍ୟ ଜୀବନରେ ନିକଟତା ଅନୁଭବ ହେବ। ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କ ସହିତ ମିଳନ ତଥା ସାକ୍ଷାତ ସାର୍ବଜନିକ ଜୀବନରେ ପ୍ରସିଦ୍ଧି ମିଳିବ। ଉତ୍ତମ ବୈବାହିକ ସୁଖ ପ୍ରାପ୍ତି ହେବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking