28.1 C
Bhubaneswar
Thursday, September 19, 2024
Homeଦୁର୍ଗା ପୂଜା - 2024ଆସନ୍ତୁ ଜାଣିବା ପୁରାଣରେ କ'ଣ ରହିଛି ଦଶହରାର ମହତ୍ୱ

ଆସନ୍ତୁ ଜାଣିବା ପୁରାଣରେ କ’ଣ ରହିଛି ଦଶହରାର ମହତ୍ୱ

ନୂଆଦିଲ୍ଲୀ : ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ଦଶହରା ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଓଡ଼ିଶା ଭିନ୍ନ ଭିନ୍ନ ଭାରତୀୟ ରାଜ୍ୟରେ ଏହା ଦଶେରା, ନବରାତ୍ରି, ଦୁର୍ଗା ପୂଜା ନାମରେ ଏହିଦିନ ପାଳିତ ହୋଇଥାଏ । ଏହା ଆୟୁଧ ପୂଜା ବା ଅସ୍ପୃପୂଜା ନାମରେ ଓଡ଼ିଶାରେ ଆଗରୁ ପାଳିତ ହେଉଥୁଲା ଯାହା ପରେ ବଙ୍ଗରୁ ଆରମ୍ଭ ମୁଣ୍ମୟୀ ମୂର୍ତ୍ତି ନିର୍ମାଣ କରି ଦୁର୍ଗା ପୂଜା ଅଥବା ଉତ୍ତର ଭାରତରେ ପାଳିତ “ନବରାତ୍ରି” ସହିତ ପାଳିତ ହୋଇଆସୁଛି । ଦଶହରା ଅବସରରେ ଖଣ୍ଡା, ଢାଲ,ଲଙ୍ଗଳ ଲୁହା, କରଣୀ ଆଦି ବିଭିନ୍ନ ପାରମ୍ପାରିକ ଯନ୍ତ୍ର ଓ ଉପକରଣ ଆଦି ଏହି ଦିନ ପୂଜା କରାଯାଇଥାଏ । ଓଡ଼ିଶା କୃଷିପ୍ରଧାନ ରାଜ୍ୟ ହୋଇଥିବାରୁ କୃଷିଭିତ୍ତିକ ଉପକରଣ କରଣ ହଳ-ଲଙ୍ଗଳ, ଐତିହାସିକ ଯୁଦ୍ଧରେ ଅରି ପରାହତ ନିମ ନିମନ୍ତେ ବ୍ୟବହାର ହୋଇଥିବାରୁ ଖଣ୍ଡା, ଢାଲ ଆଦି ଉପକରଣ ତଥା ନଥ୍କରଣରେ ମୁଖ୍ୟ ଭୂମିକା ନିଭାଇଥିବାରୁ କରଣୀ ଆଦି ଉପକରଣକୁ ଏହି ଦିନ ପୂଜା କରାଯାଇଥ ଯାଇଥାଏ । ଏହା ଓଡ଼ିଶାର ବିଭିନ୍ନ ଜାତିର ଲୋକଙ୍କ କୌଳିକ ପେଷାର ଉପକରଣମାନଙ୍କ ପ୍ରତି ଅଙ୍ଗୀକାର ବଦ୍ଧତାକୁ ଦର୍ଶାଇବା ନିମନ୍ତେ ପାଳିତ ହୋଇଥାଏ । ମହିଷାସୁରମର୍ଦିନୀ ମା’ ଦୁର୍ଗାଙ୍କର ବିଜୟ ଗାଥାର ନିଦର୍ଶନ ଦେବୀ ଭାଗବତ, ମାର୍କଣ୍ଡେୟ ପୁରାଣ ଆଦିରେ ବର୍ଣ୍ଣିତ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧୂ ବୈଶ୍ୟ ମଧ୍ଯ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେତେବେଳେ ମହିଷାସୁରର ଅତ୍ୟାଚାରରେ ସନ୍ଧପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନ ହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜ ଦ୍ବାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷ ରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ତ୍ରେତୟା ୟା ଯୁଗରେ ରାବଣକୁ ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ ରାମଚନ୍ଦ୍ର ଆଶ୍ବିନରେ ଏହି ପୂଜା କରିଥିଲେ, ସେବେ ଠାରୁ ଏହା ଆଶ୍ୱିନ ଶାରଦୀୟ ନବରାତ୍ର ଭାବେ ବିଦିତ । ନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ,ଏହା ଦେବତାମାନଙ୍କ ଦ୍ବାରା ମା’ ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking