32.1 C
Bhubaneswar
Wednesday, May 6, 2026
Homeଦେଶ ବିଦେଶକେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ, ୩ ଦଗ୍ଧ

କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ, ୩ ଦଗ୍ଧ

ମୁମ୍ବାଇ: ମହାରାଷ୍ଟ୍ରର ରାୟଗଡ଼ ଜିଲ୍ଲାରେ ଥିବା ଏକ କେମିକାଲ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ ହୋଇ ୩ଶ୍ରମିକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ସେହିପରି ଏହି ଦୁର୍ଘଟଣାରେ ଅନ୍ୟ କେତେଜଣ ଗୁରୁତର ଆହତ ହୋଇଥିବା ବେଳେ ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୁଲିସ୍ ରିପୋର୍ଟ ଅନୁସାରେ ଗୁରୁବାର ବିଳମ୍ବିତ ରାତିରେ ଏହି କେମିକାଲ ଫ୍ୟାକ୍ଟ୍ରିରେ କାମ ଚାଲିଥିବା ବେଳେ ହଠାତ୍ ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣ ସମୟରେ ୧୧ରୁ ଅଧିକ ଲୋକ ରାତି ଡ୍ୟୁଟିରେ ପ୍ଲାଣ୍ଟରେ କାମ କରୁଥିଲେ। ତେବେ ମୃତ୍ୟୁବରଣ କରିଥିବା ଶ୍ରମିକମାନେ ଉତ୍ତରପ୍ରଦେଶର ବୋଲି ଜଣାଯାଇଛି। ପୁଲିସ୍ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। କାହିଁକି ଓ କେଉଁ ପରିସ୍ଥିତିରେ ଏହି ଦୁର୍ଘଟଣା ଘଟିଲା ପୁଲିସ ତଦନ୍ତ ଆରମ୍ଭ କରିଛି। ଏଥିସହ ଫ୍ୟାକ୍ଟ୍ରି ମାଲିକ ଓ ବରିଷ୍ଠ ଅଧିକାରୀଙ୍କୁ ପଚରାଉଚରା କରୁଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking