19.1 C
Bhubaneswar
Friday, December 19, 2025
Homeଓଡିଶାପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ବାଂଲାଦେଶ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ପାଇଁ ମୟୁରଭଞ୍ଜ,କେନ୍ଦୁଝର,ବାଲେଶ୍ଵରରେ ଭୀଷଣ ବର୍ଷା ର ସମ୍ଭାବନା ଥିବାରୁ ଏହି ୩ ଟି ଜିଲ୍ଲାକୁ ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ରେଡ୍ ଆଲର୍ଟ ଜାରି କରାଯାଇଛି। ସେହିପରି ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା, ଅନୁଗୁଳ, ଢେଙ୍କାନାଳ ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଜାରି ହୋଇଛି ଅରେଞ୍ଜ ଆଲର୍ଟ। ଏଥିସହ ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ୟଲୋ ଆଲର୍ଟ ଜାରି କରାଯାଇଛି। ଆସନ୍ତାକାଲି ପାଇଁ ସୁନ୍ଦରଗଡ଼,ସମ୍ବଲପୁର,ଝାରସୁଗୁଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ଦେଓଗଡ଼, ଅନୁଗୁଳ ,କେଉଁଝର,ସୋନପୁର,ବରଗଡ଼,ମୟୂରଭଞ୍ଜ ରେ ପ୍ରବଳ ବର୍ଷାର ଆଶଙ୍କା ନେଇ ଜାରି ହୋଇଛି ୟଲୋ ଆଲର୍ଟ । ୧୬ ତାରିଖରୁ କମିବ ବର୍ଷା। ସମୁଦ୍ର ମଧ୍ୟରେ ୫୦ ରୁ ୬୦ କିମି ପବନ ବହିବାର ସମ୍ଭାବନାକୁ ନେଇ ସମୁଦ୍ର ଅଶାନ୍ତ ଥିବାରୁ ଆଜି ଠାରୁ ୧୬ ତାରିଖ ସକାଳ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯିବା ସହ ବନ୍ଦରଗୁଡିକୁ ୩ ନମ୍ବର ବିପଦ ସଂକେତ ର ସତର୍କତା ଜାରି କରିଛି ପାଣିପାଗ ବିଭାଗ । ଉତ୍ତର ଓଡ଼ିଶା ଉପକୂଳ ଅର୍ଥାତ ପାରାଦ୍ୱୀପ ଓ ଧାମରା ବନ୍ଦର ପାଇଁ ଏହି ୱାର୍ଣ୍ଣିଙ୍ଗ ରହିଛି।।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking