26.1 C
Bhubaneswar
Monday, March 16, 2026
Homeଓଡିଶାଦୁଇଟି ପୃଥକ ସ୍ଥାନରେ ଦୁର୍ଘଟଣା; ୪ ମୃତ,୯ ଆହତ

ଦୁଇଟି ପୃଥକ ସ୍ଥାନରେ ଦୁର୍ଘଟଣା; ୪ ମୃତ,୯ ଆହତ

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲ୍ଲା ବାରିପଦାରେ ଦୁଇଟି ପୃଥକ ପୃଥକ ସ୍ଥାନରେ ସଡ଼କ ଦୁର୍ଘଟଣା ଘଟି ୪ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ୯ଜଣ ଆହତ ହୋଇଛନ୍ତି। ବାରିପଦା ସହର ଉପକଣ୍ଠ ରଙ୍ଗାମାଟିଆ ଲୁଲୁଙ୍ଗ ରାସ୍ତାର ଖସାଡିହା ନିକଟରେ ଏକ ବୋଲେରୋ ଭାରସାମ୍ୟ ହରାଇ ଗଛରେ ପିଟିହେବାରୁ ଡ୍ରାଇଭର ସମେତ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୯ଜଣ ଗୁରୁତର ଆହତ ହୋଇଛନ୍ତି। ମୃତାହତମାନେ ବାଲିଡିହା ଗ୍ରାମରେ ବୋଲି ଜଣାଯାଇଛି।

ଗତକାଲି ବିଳମ୍ବିତ ରାତିରେ ବାଲିଡିହାରୁ ୧୩ ଜଣ ଏକ ବୋଲେରୋରେ କୌଣସି କାମରେ ତାରଯୋଡ଼ି ଗାଁକୁ ଯାଉଥିଲେ। ଏହି ସମୟରେ ଖସାଡିହା ନିକଟରେ ବୋଲେରୋଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା। ଘଟଣାସ୍ଥଳରେ ଡ୍ରାଇଭର ସମେତ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଗୁରୁତର ଆହତ ହୋଇଥିଲେ। ଆହତମାନଙ୍କୁ ବାରିପଦା ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking