28.1 C
Bhubaneswar
Thursday, September 19, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ଯେତେବେଳେ ମଣିଷ ଅନ୍ୟ କାହାକୁ ଅସମ୍ମାନ ବା ଅପମାନ କରୁଥାଏ , ସେତେବେଳେ ସେ ଗୋଟିଏ ଜିନିଷ ଭୁଲିଯାଏ ଯେ ସେତେବେଳେ ସେ ଅନ କାହାର ନୁହେଁ ବରଂ ନିଜର ସମ୍ମାନ ହରାଉଥାଏ !!”*

ନିଜର ଆତ୍ମବିଶ୍ଵାସ କୁ ସବୁବେଳେ ସୁଦୃଢ କରନ୍ତୁ କାହିଁକିନା ଆତ୍ମବିଶ୍ବାସ ସୁଦୃଢ ଥିଲେ ଉଚ୍ଚପଦସ୍ଥ ଲୋକମାନେ ମଧ୍ୟ ଆପଣଙ୍କ ଆଗରେ ହାର୍ ମାନିବାକୁ ବାଧ୍ୟ ହେବେ !!”*

“ସମୟ ଏଠି ପ୍ରତିମୁହୂର୍ତ୍ତରେ ଆମ ମାନଙ୍କ ସହ ଲୁଚକାଳି ଖେଳୁଛି , କେବେ ସମୟ ଭିତରେ ନିଜକୁ ଛନ୍ଦି ଦିଅ ସମୟର ତାଳରେ ନିଜ ଗୋଡ ହାତ ବାନ୍ଧି ଦିଅ ଦେଖ ସମୟ ଖୁବ୍‌ ଆପଣାର ଲାଗିବ !!”

“ସମୟର ସୁଅରେ ସବୁକିଛି ଭାସିଯାଏ , ଜଳ ହେଲେ ସ୍ମୃତି ହୋଇ ରହିଯାଏ କାଲିର ଅତୀତ ଆଉ ଆଶା ହୋଇ ବଞ୍ଚି ରହେ ଆସନ୍ତା କାଲିର ଭବିଷ୍ୟତ !!”*
“ଦିନ ପରେ ରାତି , ରାତି ପରେ ଦିନ ହେଲା ଭଳି ଜୀବନରେ ସୁଖ ଦୁଃଖ ଲାଗିରହିବ . ଏ ଜୀବନଟା ଗୋଟେ ରଙ୍ଗମଞ୍ଚ ଏଠି ଦୁଃଖରେ ହସିବାକୁ ପଡ଼ିବ , ଆଉ ସୁଖରେ କାନ୍ଦିବାକୁ ପଡ଼ିବ !!”

ପରିଶ୍ରମ ଏକ ସୁନ୍ଦର ଚାବିକାଠି ଅଟେ….

ଯାହା ବନ୍ଦ ଭବିଷ୍ୟତ ର କବାଟ ମଧ୍ୟ ଖୋଲିପାରେ….

ଅଦ୍ୟ ସେପ୍ଟେମ୍ବର ମାସ ୧୬ ତାରିଖ ୨୦୨୪ ମସିହା(ସୋମବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
ଭାଦ୍ରବ ମାସ- ଶୁକ୍ଳପକ୍ଷ
ତିଥି- ତ୍ରୟୋଦଶୀ ଦିବା ଘ୦୩/୪୦ ଗତେ ଚତୁର୍ଦ୍ଦଶୀ
ନକ୍ଷତ୍ର- ଧନିଷ୍ଟା ସନ୍ଧ୍ୟା ଘ୦୫/୨୮ ଗତେ ଶତଭିଶା
ଚନ୍ଦ୍ର – ମକର ଦିବା ଘ୦୬/୪୪ ଗତେ କୁମ୍ଭ
ଯୋଗ- ସୁକର୍ମା
କରଣ – ତୈତିଳ
ସୌରମାସ- କନ୍ୟା ୦୧ ଦିନ
ଅଦ୍ୟ ବିଶ୍ଵକର୍ମା ପୂଜା
*✧═════•❁❀❁•════
✧*
ସୁର୍ୟୋଦୟ-ପ୍ରାତଃ ଘ୦୫/୩୯/୦୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୬/୩୦
*✧═════•❁❀
ଯୋଗିନୀ ଦକ୍ଷିଣେ ଦିବା ଘ୦୩/୩୧ଗତେ ପଶ୍ଚିମେ
ତ୍ରୟୋଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଓ ଚତୁର୍ଦ୍ଦଶୀ ର ପାର୍ବଣ ଶ୍ରାଦ୍ଧ
ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର
ମିଥୁନ ରାଶି ର ଘାତବାର
ଅଦ୍ୟ ପୁଷ୍କର ଦୋଷ ନାସ୍ତି
✧═════•❁❀❁•═══
କାଳବେଳା -ଦିବା ଘ୦୭/୧୦ ଗତେ ଘ୦୮/୪୨ ମଧ୍ୟେ
ବାରବେଳା – ଦିବା ଘ୦୨/୪୧ ଗତେ ଘ୦୪/୧୩ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ ୦୭/୧୦ ମଧ୍ୟେ ଓ ଘ୦୮/୫୨ ଗତେ ଘ୦୧/୧୬ ମଧ୍ୟେ ରାତ୍ରି ଘ୦୮/୦୬ ଗତେ ଘ୧୧/୧୯ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି
═✧*══•❁❀❁•═════✧
ଅଦ୍ୟ ବାଇଗଣ ଭକ୍ଷଣ ନିଷେଧ
✧═════•❁❀❁•═════
ଆଜିର ରାଶିଫଳ
*✧═════•❁❀❁•═════
ମେଷ
: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।*
✧═════•❁❀❁•═════
ବୃଷ
: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।*
✧═════•❁❀❁•═════
ମିଥୁନ
: ଧ୍ୟାନ ଓ ଯୋଗ ମାଧ୍ୟମ ରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାରେ ଶିକ୍ଷା ଲାଭ କରିବେ। ଆପଣଙ୍କର କୌଣସି ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ। ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ।*
✧═════•❁❀❁•═════✧
କର୍କଟ
: ସକାରାତ୍ମକ ମନୋଭାବରେ ରହନ୍ତୁ, କାମ କରିବା ସହଜ ହେବ। ବ୍ୟବସାୟର ନୂଆ ଗ୍ରୁପରେ ଯୋଡ଼ିବାର ବିଚାର କରିବେ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ।*
*✧═════•❁❀❁•═════
ସିଂହ
: ଆପଣଙ୍କ ମନ ପ୍ରସନ୍ନ ରହିବ। ଆପଣଙ୍କ କାମ ପାଇଁ ଆର୍ଥିକ ସହାୟତା ମିଳିବ। ଗଣମାଧୢମ ଓ ସ˚ଚାର କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କର ପ୍ରଗତି ହେବ। ପରିବାର ଲୋକଙ୍କ ସହିତ ସୁଖଦ ସମୟ ବିତେଇବେ।*
*✧═════•❁❀❁•═════
କନ୍ୟା
: ଆର୍ଥିକ ଲାଭ ପାଇଁ ସୁନ୍ଦର ଦିନଟିଏ। ନୂଆ ପରିଯୋଜନାରେ କାମ କରିବେ। ଆପଣଙ୍କ କାମରେ ସବୁ ଲୋକ ଖୁସି ରହିବେ। ବ୍ୟବସାୟୀଙ୍କୁ ନୂଆ ନିବେଶରେ ଲାଭ ହେବ। ଛାତ୍ରଙ୍କ ମନରେ ବିଭିନ୍ନ ପ୍ରକାର କଥା ଘୂରି ବୁଲିବ।*
*✧═════•❁❀❁•═════
ତୁଳା
: କାମ ଧନ୍ଦା ମାମଲାରେ ପରିସ୍ଥିତି ବଢ଼ିଆ ରହିବ। ଇଲେକଟ୍ରୋନିକ୍ସ ବ୍ୟବସାୟୀଙ୍କୁ ପ୍ରଚୁର ଲାଭ ମିଳିବ। ଖେଳାଳିମାନେ ସୁନାମ ଅର୍ଜନ କରିବେ। ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ। ପାରିବାରିକ ଜୀବନ ସୁଖମୟ ହେବ।*
*✧═════•❁❀❁•═════ଝୁ
ବିଛା
: ନିଜକୁ ଊର୍ଜାବାନ ଅନୁଭବ କରିବେ। କୌଣସି ଅନୁଭବୀ ବ୍ୟକ୍ତିଙ୍କର ରାୟ ଆପଣଙ୍କ ଲାଗି ବଢ଼ିଆ ସାବ୍ୟସ୍ତ ହେବ। ବ୍ୟବସାୟରେ ନୂଆ ଚୁକ୍ତିପତ୍ର ହେବ। ଦାମ୍ପତ୍ୟ ଜୀବନରେ ତାଳମେଳ ଓ ମଧୁରତା ବଜାୟ ରହିବ।*
✧═════•❁❀❁•═════
ଧନୁ
: କାମ ପ୍ରତି ଆପଣଙ୍କ ଉତ୍ସାହ ବୃଦ୍ଧି ହେବ। ପଇସା ଚିନ୍ତା ଦୂର ହେବ। କଳାକାରଙ୍କୁ ଫିଲ୍ମର ସୁଯୋଗ ମିଳିବ। ଅଫିସରେ ଆପଣଙ୍କର ସହଯୋଗୀ ଆପଣଙ୍କୁ ସାହାଯ୍ୟ ମାଗିବେ। ପ୍ରିୟ ବନ୍ଧୁଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ।*
*✧═════•❁❀❁•═════
ମକର
: ଆପଣଙ୍କ ମନୋବଳ ଦୃଢ଼ ରହିବ। ଆପଣଙ୍କର କୌଣସି କାମ ବାଧା ପ୍ରାପ୍ତ ହେବ ନାହିଁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ କୌଣସି ନୂଆ ଦାୟିତ୍ବ ମିଳିପାରେ। ପରିବାର ସଦସ୍ୟମାନଙ୍କ ସହିତ ଉତ୍ତମ ବୁଝାମଣା ରହିବ ।*
*✧═════•❁❀❁•════
କୁମ୍ଭ
ଆପଣଙ୍କ ଉପରେ ଭରସା ରଖନ୍ତୁ ଏବ˚ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। କୌଣସି ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ପ୍ରାପ୍ତ ହେବ। ବ୍ୟବସାୟକୁ ନେଇ ଭଲ ସଉଦା ହେବାର ସମ୍ଭାବନା। ପ୍ରିୟତମଙ୍କଠାରୁ ଉପହାର ପାଇବେ।*
*✧═════•❁❀❁•═════
ମୀନ
: ଦିନଟି ଆପଣଙ୍କ ପାଇଁ ଉତ୍‌ଥାନ ପତନ ଲାଗି ରହିବ। ବ୍ୟବସାୟରେ ପ୍ରତିଯୋଗୀ ମନୋଭାବ ପରିତ୍ୟାଗ କରନ୍ତୁ। ପିଲା ଦିନର ସାଙ୍ଗଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ବୈବାହିକ ଜୀବନ ଖୁସିରେ ଭରା ରହିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking