30.1 C
Bhubaneswar
Tuesday, February 3, 2026
Homeଓଡିଶାମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ୭୪ତମ ଜନ୍ମଦିବସ। ତେବେ ପିଏମଙ୍କ ଜନ୍ମଦିନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଲେଖିଛନ୍ତି, ‘ଓଡ଼ିଶାବାସୀଙ୍କ ସହ ମିଶି ମୁଁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଉଛି। ଆପଣଙ୍କ ନେତୃତ୍ୱ ଅଧୀନରେ ଦେଶ ବିକଶିତ ଭାରତ ଆଡକୁ ଗତି କରୁଛି।’ସେ ଆହୁରି କହିଛନ୍ତି ଯେ, ମୁଁ ଆପଣଙ୍କ ଦେଶ ସେବା ପାଇଁ ଏକ ଦୀର୍ଘ ଏବଂ ସୁସ୍ଥ ଜୀବନ କାମନା କରୁଛି। ମହିଳାମାନଙ୍କର ଆର୍ଥିକ ସଶକ୍ତିକରଣ ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ ପାଇଁ ଓଡ଼ିଶାର ଭଉଣୀମାନେ ଉତ୍ସାହର ସହ ଆପଣଙ୍କ ଗସ୍ତକୁ ଅପେକ୍ଷା କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking