17.1 C
Bhubaneswar
Monday, February 2, 2026
Homeଓଡିଶାମେଜରଙ୍କୁ ମାଡ଼ ଘଟଣାରେ ୫ ପୋଲିସ ନିଲମ୍ବିତ

ମେଜରଙ୍କୁ ମାଡ଼ ଘଟଣାରେ ୫ ପୋଲିସ ନିଲମ୍ବିତ

ଭୁବନେଶ୍ୱର : ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣାରେ ୫ ପୋଲିସ ନିଲମ୍ବିତ। ଏହି ୫ ପୋଲିସ କର୍ମଚାରୀଙ୍କ ବିରୋଧରେ ଡିଜିପିଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଭରତପୁର ଥାନାର ପୂର୍ବତନ ଆଇଆଇସି ଦିନକୃଷ୍ଣ ମିଶ୍ରଙ୍କୁ ମଧ୍ୟ ନିଲମ୍ବିତ କରାଯାଇଛି। ଏସ୍‌ଆଇ ବୈଶାଳିନୀ ପଣ୍ଡା, ଏଏସ୍‌ଆଇ ସଲିଳମୟୀ ସାହୁ ଓ ସାଗରିକା ରଥଙ୍କୁ ସସ୍‌ପେଣ୍ଡ କରାଯାଇଛି। କନେଷ୍ଟବଳ ବଳରାମ ହାଁସଦା ମଧ୍ୟ ନିଲମ୍ବିତ ହୋଇଛନ୍ତି। ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଥାନାରେ ନିର୍ଯାତନା ଘଟଣାରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି ବୋଲି ଜଣାପଡ଼ିଛି। ପୂର୍ବରୁ ଆଇଆଇସି, ଜଣେ ଏଏସ୍‌ଆଇ ଓ କନେଷ୍ଟବଳଙ୍କୁ ବଦଳି କରାଯାଇଥିଲା।

ସୂଚନାଯୋଗ୍ୟ, ଗତ ଶନିବାର ବିଳମ୍ବିତ ରାତିରେ ଗୁରୁବଂଶ ପଟିଆରୁ ବାନ୍ଧବୀଙ୍କ ସହ କାରରେ ଯାଉଥିଲେ। ମଝି ରାସ୍ତାରେ ୨ଟି କାରରେ କିଛି ରୋଡ୍‌ ରୋମିଓ ଆସି ସେମାନଙ୍କୁ ଦୁର୍ବ୍ୟବହାର କରିଥିଲେ। ଏ ସଂପର୍କରେ ଅଭିଯୋଗ କରିବା ପାଇଁ ସେ ଭରତପୁର ଥାନାକୁ ଯାଇଥିଲେ। ପିସିଆର ପଠାଇ ରୋଡ୍‌ ରୋମିଓଙ୍କୁ ଧରିବା ପାଇଁ ନିବେଦନ କରିଥିଲେ ଗୁରୁବଂଶ ଓ ତାଙ୍କ ବାନ୍ଧବୀ। କିନ୍ତୁ ପୁଲିସ୍ ରୋଡ୍‌ ରୋମିଓଙ୍କୁ ଧରିବ କ’ଣ ପ୍ରଥମେ ଲିଖିତ ଏତଲା ଦାବି କରିଥିଲା। ଏହାକୁ ନେଇ ପୁଲିସ ଓ ସେନା ଅଧିକାରୀଙ୍କ ମଧ୍ୟରେ ଲାଗିଥିଲା ଯୁକ୍ତିତର୍କ। ତାହାରି ଭିତରେ ଗୁରୁବଂଶଙ୍କୁ ରାତିତମାମ୍‌ ଲକ୍‌ଅପ୍‌ରେ ରଖିଥିଲା ପୁଲିସ୍‌। ତାଙ୍କ ବାନ୍ଧବୀଙ୍କୁ ଉପସ୍ଥିତ ପୁଲିସ କର୍ମଚାରୀ ଦୁର୍ବ୍ୟବହାର କରିବା ସହ ମାଡ଼ ମାରି ଲହୁଲୁହାଣ କରିଥିବା ଗୁରୁବଂଶ ଅଭିଯୋଗ କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking