26.1 C
Bhubaneswar
Sunday, March 29, 2026
Homeଓଡିଶାପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଭୁବନେଶ୍ବର : ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ଆସନ୍ତା ୨୩ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ୨୨ ତାରିଖ ବେଳକୁ ପଶ୍ଚିମବଙ୍ଗ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି; କିନ୍ତୁ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ କେତେ ପରିମାଣରେ ବର୍ଷା ହେବା ତାହା ଆଗକୁ ସ୍ପଷ୍ଟ କରାଯାଇ ପାରିବ ବୋଲି ପାଣିପାଗ ବିଶେଷଜ୍ଞ ଶରତଚନ୍ଦ୍ର ସାହୁ କହିଛନ୍ତି। ଗତ ୨୪ ଘଣ୍ଟାରେ ଉପକୂଳ ଓଡ଼ିଶାର ବର୍ଷା ହୋଇଛି। ଭଦ୍ରକ ଜିଲାର ଭଣ୍ଡାରିପୋଖରୀରେ ସବୁଠୁ ଅଧିକ ୧୨୦ମି.ମି ବର୍ଷା ରେକର୍ଡ ହୋଇଥିବା ବେଳେ ଯାଜପୁର ଜିଲାର ବରୀରେ ୧୧୬, କଟକ ଜିଲାର କଣ୍ଟାପଡା ୧୦୩ ଏବଂ ଭଦ୍ରକ ଜିଲାର ଆଖୁଆପଦାରେ ୧୦୨.୪ମି.ମି ବର୍ଷା ହୋଇଛି। ଉତ୍ତର-ପୂର୍ବ ଛତିଶଗଡ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଝାଡଖଣ୍ଡରେ ଥିବା ଅବପାତ ପଶ୍ଚିମ ଦିଗରେ ଗତି କରୁଛି। ଆସନ୍ତା ୧୨ଘଣ୍ଟା ମଧ୍ୟରେ ଉତ୍ତର-ପୂର୍ବ ମଧ୍ୟପ୍ରଦେଶରେ ଦୁର୍ବଳ ହୋଇ ଲଘୁଚାପ ରୂପ ନେବା ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। ପରବର୍ତ୍ତୀ ଦୁଇଦିନ ଉପକୂଳ, ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହିତ ବର୍ଷା ହେବା ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

 

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking