28.1 C
Bhubaneswar
Friday, September 20, 2024
Homeଓଡିଶାପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ବିକ୍ରମପୁର ବାଦରା ନୂଆବନ୍ଧରେ ଘଟିଛି ଅଭାବନୀୟ ଘଟଣା । ପୋଖରୀରେ ବୁଡି ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ବିକ୍ରମପୁର ଗ୍ରାମର ଶଙ୍କର ଆଚାର୍ଯ୍ୟ ବୋଲି ଜଣାପଡିଛି । ସୂଚନା ଅନୁସାରେ ଆଜି ସକାଳେ ଗ୍ରାମବାସୀମାନେ ପୋଖରୀକୁ ଗାଧୋଇବାକୁ ଯାଇଥିଲେ । ଏହି ସମୟରେ ଶଙ୍କର ପୋଖରୀରେ ଭାସୁଥିବାର ସ୍ଥାନୀୟ ଲୋକେ ଦେଖିଥିଲେ ଏବଂ ଏନେଇ ପରିବାର ଲୋକଙ୍କୁ ଖବର ଦେଇଥିଲେ । ଖବର ପାଇ ପରିବାର ଲୋକେ ଘଟଣାସ୍ଥଳରେ ପହଂଚି ତାଙ୍କୁ ଉଦ୍ଧାର କରି ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି କରିଥିଲେ ସୁଦ୍ଧା ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତେବେ ଏନେଇ ପୋଲିସ ଖବର ପାଇବା ପରେ ଘଟଣା ସ୍ଥଳରେ ପହଂଚି ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking