28.1 C
Bhubaneswar
Friday, September 20, 2024
Homeଓଡିଶାବଢିଲା ପୁଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ

ବଢିଲା ପୁଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ

ଭୁବନେଶ୍ବର : ବଢିଲା ପୁଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ । ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ କାର୍ଯ୍ୟକାଳ ବଢାଇଛନ୍ତି ରାଜ୍ୟ ସରକାର । ସର୍ବନିମ୍ନ ୨ ବର୍ଷ କାର୍ଯ୍ୟ କରିବା ନେଇ କାର୍ଯ୍ୟକାଳ କାଳ ବଢାଯାଇଛି । ସୂଚନାଯୋଗ୍ୟ ଗତ ମାସରେ ପୁଲିସ ମହାନିର୍ଦ୍ଦେଶକ ଭାବେ ୧୯୯୦ ବ୍ୟାଚର ଭାରତୀୟ ପୁଲିସ ସେବା ଅଧିକାରୀ ଯୋଗେଶ ବାହାଦୂର ଖୁରାନିଆ ଦାୟିତ୍ବ ଗ୍ରହଣ କରିଛନ୍ତି । ରାଜ୍ୟ ପୁଲିସ ମୁଖ୍ୟାଳୟରେ ସେ କାର୍ଯ୍ୟକାରୀ ପୁଲିସ ମହାନିର୍ଦ୍ଦେଶକ ଅରୁଣ ଷଡଙ୍ଗୀଙ୍କଠାରୁ ଦାୟିତ୍ବ ଗ୍ରହଣ କରିଥିଲେ ।
ଯୋଗେଶ ବାହାଦୁର ଖୁରାନିଆ ୧୯୯୦ ମସିହାରେ ଆଇପିଏସ ପାଇଥିଲେ । ଓଡିଶା କ୍ୟାଡର ଚୟନ କରିଥିବା ଖୁରାନିଆ ନୟାଗଡ଼, ଯାଜପୁର, ରାଉରକେଲା , ମୟୂରଭଞ୍ଜ, ଗଞ୍ଜାମ ଭଳି ବିଭିନ୍ନ ଜିଲ୍ଲାରେ ଏସପି ଭାବେ କାର୍ଯ୍ୟ କରିଥିଲେ । ଏହା ପରେ ଡିଆଇଜି ପଦକୁ ପଦୋନ୍ନତି ପାଇ ସେ ଡିଆଇଜି ବ୍ରହ୍ମପୁର, ଭୁବନେଶ୍ବର ଓ ଅତିରିକ୍ତ ପୋଲିସ କମିଶନର ଏବଂ ଡିଆଇଜି ସମ୍ବଲପୁର ଭାବେ କାର୍ଯ୍ୟ କରିଥିଲେ। ଏହା ସହ ସେ ବିଜୁ ପଟ୍ଟନାୟକ ପେୁଲିସ ଏକାଡେମୀର ନିର୍ଦ୍ଦେଶକ ଓ କ୍ରାଇମବ୍ରାଞ୍ଚ ଆଇଜି ଭାବେ କାର୍ଯ୍ୟ କରିଥିଲେ ।ପରବର୍ତ୍ତି ସମୟରେ ଅତିରିକ୍ତ ଡିଜି ପଦକୁ ପଦୋନ୍ନତି ପାଇ ଭିଜିଲାନ୍ସ ନିର୍ଦ୍ଦେଶକ ଓ ପୁଲିସ କମିଶନର ଭାବେ କାର୍ୟ୍ୟ କରିଥିଲେ । ଓଡ଼ିଶା ପୁଲିସ ଜଣେ ଦକ୍ଷ ଅଫିସର ଭାବେ ପରିଗଣିତ ହେଉଥିବା ଓ୍ବାଇ ବି ଖୁରାନିଆ ନିଜ କାର୍ୟ୍ୟକାଳ ମଧ୍ୟରେ ଅନେକ ସଫଳତା ହାସଲ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking