21.1 C
Bhubaneswar
Thursday, December 18, 2025
Homeଓଡିଶାରୋଡ଼ ରୋମିଓଙ୍କୁ ବାନ୍ଧିବ ପୋଲିସ

ରୋଡ଼ ରୋମିଓଙ୍କୁ ବାନ୍ଧିବ ପୋଲିସ

ଭୁବନେଶ୍ୱର : ରାସ୍ତାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାର ତଦନ୍ତ ହେବ । ଡିଜିପି ୱାଇ ଖୁରାନିଆ ଘଟଣାର ତଦନ୍ତ କରିବାକୁ ନିର୍ଦେଶ ଦେଇଛନ୍ତି । ମାମଲା ରୁଜୁ ସହ ତଦନ୍ତ ନିର୍ଦେଶ ଦେଇଛନ୍ତି ଡିଜିପି । ରାସ୍ତାରେ ଦୁର୍ବ୍ୟବହାର କରିଥିବା ରୋଡରୋମିଓଙ୍କୁ ମଧ୍ୟ ତୁରନ୍ତ ଚିହ୍ନଟ କରାଯିବ ବୋଲି ଡିଜିପି କହିଛନ୍ତି । ମେଜରଙ୍କ ଏତଲା ଆଧାରରେ ମାମଲା ରୁଜୁ କରାଯାଇ ତଦନ୍ତ କରାଯିବ । ମୂଳ ଘଟଣାର ମଧ୍ୟ ତଦନ୍ତ କରାଯିବ ବୋଲି ଡିଜିପି କହିଛନ୍ତି । ଭୁବନେଶ୍ୱର ଅଧୀନ ଭରତପୁର ଥାନାରେ ସେନା ଅଧିକାରୀ ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ୟାତନା ମାମଲାରେ ୫ ଜଣ ପୁଲିସ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି ପୁଲିସ ଡିଜି ୱାଇ.ବି. ଖୁରାନିଆ। ଭରତପୁର ଥାନାର ପୂର୍ବତନ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କୁ ମଧ୍ୟ ସସପେଣ୍ଡ କରାଯାଇଛି। ସେହିପରି ଏସଆଇ ବୈଶାଳିନୀ ପଣ୍ଡା, ଏଏସଆଇ ସଲିଳମୟୀ ସାହୁ ଓ ସାଗରିକା ରଥ ଓ କନଷ୍ଟେବଳ ବଳରାମ ହାଁସଦାଙ୍କୁ ନିଲମ୍ବିତ କରାଯାଇଛି। ଏହି ୫ ଜଣଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଜଣାଯାଇଛି।ମେଜର ଗୁରୁବଂଶ ସିଂଙ୍କୁ ଲକ୍‌ଅପରେ ରାତିତମାମ ରଖିଥିଲା ପୁଲିସ। ଏହାସହ ତାଙ୍କ ବାନ୍ଧବୀଙ୍କୁ ଅର୍ଦ୍ଧନଗ୍ନ କରି ମାଡ଼ ମାରିବା ସହ ଲହୁଲୁହାଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଭରତପୁର ଥାନାର ତତ୍କାଳୀନ ଆଇଆଇସି ମେଜରଙ୍କ ବାନ୍ଧବୀଙ୍କୁ ଦୁଷ୍କର୍ମ କରିବା ପାଇଁ ଧମକ ଦେଇଥିବା ମଧ୍ୟ ଅଭିଯୋଗ ହୋଇଥିଲା। ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି। ଗତକାଲି କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ପୁଲିସ ଡିଜି ନିର୍ଦ୍ଦେଶ ଦେଇଥିଲେ। ଭରତପୁର ଥାନା ଏକ ମଡେଲ ଥାନା ହୋଇଥିଲେ ବି ସେଠାରେ ସିସିଟିଭି କ୍ୟାମେରା ନାହିଁ।ଯାହାକୁ ନେଇ ସାଧାରଣରରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking