19.1 C
Bhubaneswar
Friday, February 13, 2026
Homeଓଡିଶାଯାଜପୁର ଷଷ୍ଠ ଜିଲ୍ଲା ପରିଷଦର ପଞ୍ଚମ ସାଧାରଣ ବୈଠକ

ଯାଜପୁର ଷଷ୍ଠ ଜିଲ୍ଲା ପରିଷଦର ପଞ୍ଚମ ସାଧାରଣ ବୈଠକ

ଯାଜପୁର : ଯାଜପୁର ଷଷ୍ଠ ଜିଲ୍ଲା ପରିଷଦର ୫ମ ସାଧାରଣ ବୈଠକ ଜିଲ୍ଲା ପରିଷଦ ସମ୍ମିଳନୀ ଅଧ୍ୟକ୍ଷା, ଜିଲ୍ଲା ପରିଷଦ, ଶ୍ରୀମତୀ ନଳିନୀ ପ୍ରଭା ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଯାଜପୁର ସାଂସଦ ଡା. ରବିନାରାୟଣ ବେହେରା, ରାଜ୍ୟସଭା ସାଂସଦ ଶ୍ରୀମତୀ ସୁଲତା ଦେଓ, ବିଞ୍ଝାରପୁର ବିଧାୟିକା ଶ୍ରୀମତୀ ପ୍ରମିଳା ମଲ୍ଲିକ, ବଡଚଣା ବିଧାୟକ ଶ୍ରୀ ଅମର ନାୟକ, କୋରେଇ ବିଧାୟକ ଶ୍ରୀ ଆକାଶ ଦାସ ନାୟକ, ବରୀ ବିଧାୟକ ଶ୍ରୀ ବିଶ୍ଵରଞ୍ଜନ ମଲ୍ଲିକ, ଯାଜପୁର ବିଧାୟିକା ଶ୍ରୀମତୀ ସୁଜାତା ସାହୁ, ବିଧାୟକ ଧର୍ମଶାଳା ଶ୍ରୀ ହିମାଂଶୁ ଶେଖର ସାହୁ, ଜିଲ୍ଲାପାଳ ଶ୍ରୀମତୀ ପି. ଅନ୍ଵେଷା ରେଡ୍ଡୀ, ଜିଲ୍ଲା ପରିଷଦ ଉପ-ସଭାପତି ଶ୍ରୀ ଗଣେଶ୍ଵର ବରାଳ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଅଶୋକ କୁମାର ବେହୁରିଆ ପ୍ରମୁଖ ଉପସ୍ଥିତ ରହି ଜିଲ୍ଲାର ଉନ୍ନତି କଳ୍ପେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ଅଗ୍ରଗତି ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । ପ୍ରାରମ୍ଭରେ ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ନଳିନୀ ପ୍ରଭା ଜେନା ନବ ନିର୍ବାଚିତ ସାଂସଦ, ବିଧାୟକ ଓ ବିଧାୟିକାଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଏହି ବୈଠକରେ ପୂର୍ବ ବୈଠକର ବିବରଣୀକୁ ଦୃଢୀକରଣ କରଯାଇଥିଲା ।
ଉପସ୍ଥିତ ସାଂସଦ, ବିଧାୟକ ଓ ବିଧାୟିକାମାନେ ଶିକ୍ଷକ ଶିକ୍ଷୟତ୍ରୀ ବଦଳି ସମ୍ପର୍କରେ ସମସ୍ତ ସଦସ୍ୟ, ସଦସ୍ୟାଙ୍କ ପରାମର୍ଶ ନେବାକୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ । ମେଗା ପାନୀୟ ଜଳ ପ୍ରକଳ୍ପ ଗୁଡିକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରିବାକୁ ଅଧିକ୍ଷଣ ଯନ୍ତ୍ରୀ ଗ୍ରାମୀୟ ଜଳଯୋଗାଣ ଓ ପରିମାଳଙ୍କୁ ପରାମର୍ଶ ଦେଇଥିଲେ । ସମସ୍ତ ସରକାରୀ କାର୍ଯ୍ୟକ୍ରମରେ ଜନ ପ୍ରତିନିଧିମାନଙ୍କୁ ସାମିଲ କରିବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଅସୁରକ୍ଷିତ ବିଦ୍ୟାଳୟ ଗୃହଗୁଡିକୁ ଚିହ୍ନଟ କରାଯାଇ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ଅଭିଭାବକ- ଶିକ୍ଷକ ବୈଠକ ନିୟମିତ କରାଇବାକୁ ବିଧାୟକମାନେ ପରାମର୍ଶ ଦେଇଥିଲେ । ଜିଲ୍ଲା ଓ ବ୍ଲକ ହେଡକ୍ଵାର୍ଟରରେ ଡାକ୍ତର ମାନେ ରହି ଜରୁରୀକାଳୀନ ରୋଗୀ ଚିକିତ୍ସା କରିବାକୁ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବର୍ଷାଦିନ ହେତୁ ପ୍ରତି ଚିକିତ୍ସାଳୟରେ ସାପକାମୁଡା ଔଷଧ ଓ ଭାଇରାଲ ଫିବର ପାଇଁ ଔଷଧ ମହଜୁଦ ରଖିବା, ନିରାମୟରେ ଉପଲବ୍ଧ ଔଷଧ ନିରୂପଣ କରିବାକୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ । ଓସେପା ପକ୍ଷରୁ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ଯାଜପୁର ଜିଲ୍ଲାର ୮୭୨ ପ୍ରାର୍ଥୀଙ୍କ ଚୁଡାନ୍ତ ମେଧା ତାଲିକା ପ୍ରକାଶ କରାଯାଇଛି ବୋଲି ଜିଲ୍ଲା ଶିକ୍ଷା ଅଧିକାରୀ ନିବେଦିତା ପାଣି ପ୍ରକାଶ କରିଥିଲେ । ବୈଠକରେ ଶିକ୍ଷା, ସ୍ୱାସ୍ଥ୍ୟ, କୁଷ୍ଠ ନିରାକରଣ, ଜାତୀୟ ସହରାଞ୍ଚଳ ସ୍ୱାସ୍ଥ୍ୟ ମିଶନ, ସାଧାରଣ ଯୋଗାଣ ବ୍ୟବସ୍ଥା, ଧାନମଣ୍ଡି, ରାସନ କାର୍ଡ, ଖୁଚୁରା ବିକ୍ରୟ କେନ୍ଦ୍ର, ପାନୀୟ ଜଳଯୋଗାଣ ଓ ପରିମଳ, ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା । ଏହି ବୈଠକରେ ଜିଲ୍ଲା ପରିଷଦ ସଭ୍ୟ, ସଭ୍ୟା, ପଞ୍ଚାଯତ ସମିତି ଅଧ୍ୟକ୍ଷ, ଅଧ୍ୟକ୍ଷା, ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଅଶୋକ କୁମାର ବେହୁରିଆ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।
ରିପୋର୍ଟ ଅଭିମନ୍ୟୁ ମିଶ୍ର ସାମିଲ କରିବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଅସୁରକ୍ଷିତ ବିଦ୍ୟାଳୟ ଗୃହଗୁଡିକୁ ଚିହ୍ନଟ କରାଯାଇ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ଅଭିଭାବକ- ଶିକ୍ଷକ ବୈଠକ ନିୟମିତ କରାଇବାକୁ ବିଧାୟକମାନେ ପରାମର୍ଶ ଦେଇଥିଲେ । ଜିଲ୍ଲା ଓ ବ୍ଲକ ହେଡକ୍ଵାର୍ଟରରେ ଡାକ୍ତର ମାନେ ରହି ଜରୁରୀକାଳୀନ ରୋଗୀ ଚିକିତ୍ସା କରିବାକୁ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବର୍ଷାଦିନ ହେତୁ ପ୍ରତି ଚିକିତ୍ସାଳୟରେ ସାପକାମୁଡା ଔଷଧ ଓ ଭାଇରାଲ ଫିବର ପାଇଁ ଔଷଧ ମହଜୁଦ ରଖିବା, ନିରାମୟରେ ଉପଲବ୍ଧ ଔଷଧ ନିରୂପଣ କରିବାକୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ । ଓସେପା ପକ୍ଷରୁ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ଯାଜପୁର ଜିଲ୍ଲାର ୮୭୨ ପ୍ରାର୍ଥୀଙ୍କ ଚୁଡାନ୍ତ ମେଧା ତାଲିକା ପ୍ରକାଶ କରାଯାଇଛି ବୋଲି ଜିଲ୍ଲା ଶିକ୍ଷା ଅଧିକାରୀ ନିବେଦିତା ପାଣି ପ୍ରକାଶ କରିଥିଲେ । ବୈଠକରେ ଶିକ୍ଷା, ସ୍ୱାସ୍ଥ୍ୟ, କୁଷ୍ଠ ନିରାକରଣ, ଜାତୀୟ ସହରାଞ୍ଚଳ ସ୍ୱାସ୍ଥ୍ୟ ମିଶନ, ସାଧାରଣ ଯୋଗାଣ ବ୍ୟବସ୍ଥା, ଧାନମଣ୍ଡି, ରାସନ କାର୍ଡ, ଖୁଚୁରା ବିକ୍ରୟ କେନ୍ଦ୍ର, ପାନୀୟ ଜଳଯୋଗାଣ ଓ ପରିମଳ, ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା । ଏହି ବୈଠକରେ ଜିଲ୍ଲା ପରିଷଦ ସଭ୍ୟ, ସଭ୍ୟା, ପଞ୍ଚାଯତ ସମିତି ଅଧ୍ୟକ୍ଷ, ଅଧ୍ୟକ୍ଷା, ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଅଶୋକ କୁମାର ବେହୁରିଆ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking