25.1 C
Bhubaneswar
Friday, December 19, 2025
Homeଓଡିଶା୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜିଠାରୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ୩ ଦିନରେ ମୁଖ୍ୟମନ୍ତ୍ରୀ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି।ଆଜି ମୁଖ୍ୟମନ୍ତ୍ରୀ ସକାଳ ୧୦ ଟା ୨୦ମିନିଟ୍‌ରେ ରିଜର୍ଭ ପଡ଼ିଆ ହେଲିପ୍ୟାଡ଼ରେ ଅବତରଣ କରିବା ପରେ ବାଇକ ରାଲିରେ ଅଡିଟୋରିୟମ ହଲରେ ପହଞ୍ଚିବେ। ସେଠାରେ ଲାଇଫ୍ ସେଭର୍ସ ଗ୍ରୁପ୍ ଟ୍ରଷ୍ଟର ତୃତୀୟ ବାର୍ଷିକ ଉତ୍ସବରେ ଯୋଗ ଦେବେ। ସନ୍ଧ୍ୟାରେ ନିଜ ଗାଁ ରାଇକଳା ସ୍ଥିତ ଘରକୁ ଯିବେ। ପରେ ସ୍ଥାନୀୟ ହୋଟେଲରେ ସାଂସଦ ଓ ବିଧାୟକଙ୍କ ସହ ଆଲୋଚନା କାର୍ୟ୍ୟକ୍ରମ ରହିଛି।ଶନିବାର ମୁଖ୍ୟମନ୍ତ୍ରୀ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ଦ୍ୱାରା ଆୟୋଜିତ ରଜତ ଜୟନ୍ତୀ ଉତ୍ସବରେ ଯୋଗ ଦେବେ। ସନ୍ଧ୍ୟାରେ ଦଳୀୟ କାର୍ୟ୍ୟକ୍ରମରେ ଯୋଗ ଦେବେ। ରବିବାର ଡିଡି ୟୁନିଭରସିଟିି ପଡ଼ିଆରେ ମୋହନ ସରକାରଙ୍କ ୧୦୦ ଦିନ ପୂରଣ ଉତ୍ସବରେ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking