25.1 C
Bhubaneswar
Thursday, December 11, 2025
Homeଓଡିଶା୨୧ରୁ ୨୩ ରତ୍ନଭଣ୍ଡାର ବୈଷୟିକ ସର୍ଭେ

୨୧ରୁ ୨୩ ରତ୍ନଭଣ୍ଡାର ବୈଷୟିକ ସର୍ଭେ

ପୁରୀ: ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା  ପକ୍ଷରୁ ଆସନ୍ତା ସେପ୍ଟେମ୍ବର ୨୧ , ୨୨  ଏବଂ ୨୩ ତାରିଖ ତିନି ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ ଅନୁଷ୍ଠିତ ହେବ। ଦିନ ୨ଟାରୁ ସନ୍ଧ୍ୟା ୬ଟା ଯାଏଁ ସର୍ଭେ ପାଇଁ ସମୟ ସ୍ଥିର ହୋଇଛି। ଆସନ୍ତା ସେପଟେମ୍ବର ୨୪ ତାରିଖ ସୁଦ୍ଧା ଶ୍ରୀମନ୍ଦିର ରତ୍ନଭଣ୍ଡାରର ବାକି ଥିବା ବୈଷୟିକ ସର୍ଭେ ଶେଷ କରିବାକୁ ଏ.ଏସ୍.ଆଇ ମହାନିର୍ଦ୍ଦେଶକଙ୍କୁ ପତ୍ର ଲେଖି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ଅନୁରୋଧ କରିବା ପରେ ଏ.ଏସ୍ ଆଇ ପକ୍ଷରୁ ତତ୍ପରତା ପ୍ରକାଶ ପାଇବା ସହ ତାରିଖ ସ୍ଥିର ହୋଇଛି। ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁସାରେ ଏହା କରାଯିବ। ତେଣୁ ଏହି ତିନି ଦିନ ପାଇଁ ଶ୍ରୀଜୀଉଙ୍କ ନୀତିକାନ୍ତି ବା ସେବାପୂଜାରେ ବ୍ୟାଘାତ ନକରି ନିରୀକ୍ଷଣ ପ୍ରକ୍ରିୟା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି। ଏହି ଦିନ ପାଇଁ ହୋଇଥିବା ବିଶେଷ ନୀତି ନିର୍ଘଣ୍ଟ ଅନୁସାରେ ଦିନ ୧ଟା ଠାରୁ ନିରୀକ୍ଷଣ କାର୍ୟ୍ୟ ଶେଷ ହେବା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଭକ୍ତ ସିଂହଦ୍ଵାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ୱାର ପଟେ ଉକ୍ତ ସମୟରେ ପ୍ରସ୍ଥାନ କରିପାରିବେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking