21.1 C
Bhubaneswar
Saturday, February 14, 2026
Homeଓଡିଶାକଟକ : ଦୁର୍ଗା ପୂଜା ଭସାଣିରେ ଫୁଟିବନି ବାଣ

କଟକ : ଦୁର୍ଗା ପୂଜା ଭସାଣିରେ ଫୁଟିବନି ବାଣ

କଟକ : କଟକ ସହରରେ ଦୁର୍ଗା ପୂଜା ଭସାଣିରେ ୬ଟି ସାଉଣ୍ଡ ବକ୍ସ ବ୍ୟବହାର ନ କରିବା ପାଇଁ ବାରଣ କରାଯାଇଛି। ଏଥିସହ ଦଶହରାରେ ଡିଜେ ସମ୍ପୂର୍ଣ୍ଣ ମନା ହୋଇଛି। ଏହା ସହ ସୁନାଚାନ୍ଦି ମେଢ଼ ମଣ୍ଡପ ନିକଟରେ ବନ୍ଧୁକଧାରୀ ପୁଲିସ ମୁତୟନ ହେବେ। ପୁଲିସ ପକ୍ଷରୁ ଆୟୋଜିତ ଦୁର୍ଗା ପୂଜା ପ୍ରସ୍ତୁତି ବୈଠକ ପରେ କଟକ ଅତରିକ୍ତ ଡିସିପି ଅନୀଲ ମିଶ୍ର ଏହି ସୂଚନା ଦେଇଛନ୍ତି।ସେହିପରି ମା’ଙ୍କ ଭସାଣି ସମୟରେ ବାଣ ଫୁଟାଯାଇ ପାରିବନି। ରାତି ୧୦ଟା ପର୍ୟ୍ୟନ୍ତ ଶୋଭାଯାତ୍ରାର ଅନୁମତି ରହିଛି, କିନ୍ତୁ ଯଦି ରାଜ୍ୟ ସରକାର ଅନୁମତି ଦେବେ, ରାତି ୧୨ ପର୍ୟ୍ୟନ୍ତ ଶୋଭାଯାତ୍ରା ଚାଲିପାରିବ ବୋଲି ଅତରିକ୍ତ ଡିସିପି ସୂଚନା ଦେଇଛନ୍ତି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking