29.1 C
Bhubaneswar
Saturday, September 21, 2024
Homeଓଡିଶାବର୍ଷା : ୧୩ଟି ଜିଲ୍ଲାପାଇଁ ସତର୍କ ସୂଚନା

ବର୍ଷା : ୧୩ଟି ଜିଲ୍ଲାପାଇଁ ସତର୍କ ସୂଚନା

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ଏବଂ ତତ୍‍ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ସୋମବାର ସୁଦ୍ଧା ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପର ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡଘଡ଼ି ସହ ବର୍ଷା ହେବା ନେଇ ୧୩ଟି ଜିଲ୍ଲାପାଇଁ ସତର୍କ ସୂଚନା ଜାରି କରାଯାଇଛି । ୨୨ ତାରିଖ ସକାଳଠାରୁ ୨୩ ତାରିଖ ପୂର୍ବାହ୍ନ ମଧ୍ୟରେ ଉପକୂଳ ଜିଲ୍ଲାଗୁଡ଼ିକ ସମେତ ଖୋର୍ଦ୍ଧା, ନୟାପଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହେବ। ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଲାଗିରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking