22.1 C
Bhubaneswar
Saturday, February 14, 2026
Homeଓଡିଶାଭରତପୁର ମାମଲାର ହେବ ବିଚାର ବିଭାଗୀୟ ତଦନ୍ତ

ଭରତପୁର ମାମଲାର ହେବ ବିଚାର ବିଭାଗୀୟ ତଦନ୍ତ

ଭୁବନେଶ୍ୱର : ଭରତପୁର ଥାନାରେ ଭାରତୀୟ ସେନାର ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସର ନିର୍ୟାତନା ମାମଲାର ବିଚାର ବିଭାଗୀୟ ତଦନ୍ତ ପାଇଁ ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଥିଲେ। ଆଜି ସକାଳେ ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ବିଚାର ବିଭାଗୀୟ ତଦନ୍ତ କରାଯିବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି। ମୁଖ୍ୟତଃ ୩ଟି ଦିଗ ଉପରେ ତଦନ୍ତ ଆଗେଇବା ନେଇ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।

ଭରତପୁର ଥାନା ଘଟଣା ପରିପ୍ରେକ୍ଷୀରେ  କେନ୍ଦୁଝର ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମାନ୍ୟବର ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ଉକ୍ତ ତଦନ୍ତ ହେବ । ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ମାନ୍ୟବର କମିଶନଙ୍କୁ  ଅନୁରୋଧ କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking