31.1 C
Bhubaneswar
Monday, September 23, 2024
Homeଓଡିଶାଆଜିଠୁ ପୁଣି ବଢିବ ବର୍ଷାର ପରିମାଣ

ଆଜିଠୁ ପୁଣି ବଢିବ ବର୍ଷାର ପରିମାଣ

ଭୁବନେଶ୍ବର : ଆଜିଠୁ ରାଜ୍ୟରେ ପୁଣି ପ୍ରବଳ ବର୍ଷା ସମ୍ଭାବନା । ଦକ୍ଷିଣ ଉପକୂଳ ମିଆଁମାର ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ। ପ୍ରଭାବରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବୃଦ୍ଧି ପାଇବ । ଏଥିପାଇଁ ଆଜି ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ ଏବଂ ମାଲକାନଗିରିକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୬ ତାରିଖ ପର୍ୟ୍ୟନ୍ତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।
ବିଶେଷକରି ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, ବଲାଙ୍ଗିର, ବରଗଡ, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ । କିଛି ଜିଲ୍ଲାରେ ଘଡଘଡି ବିଜୁଳି ସହ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking