30.1 C
Bhubaneswar
Friday, February 13, 2026
Homeଓଡିଶାପ୍ରବଳ ବର୍ଷା : ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ପ୍ରବଳ ବର୍ଷା : ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର : ଆଜି ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଗାମୀ ୩ ଘଣ୍ଟା ପାଇଁ ମୟୁରଭଞ୍ଜ, କେନ୍ଦୁଝର, ଭଦ୍ରକ , ବାଲେଶ୍ଵର, କୋରାପୁଟ, ରାୟଗଡା , ଗଜପତି ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ନେଇ ଚେତାବନୀ ଜାରି କରାଯାଇଛି। ସେପଟେ ଲଘୁଚାପ ପ୍ରଭାବରେ ଆଜି ପାଇଁ ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ସତର୍କତା ଜାରି କରାଯାଇଛି। ଏସବୁ ଜିଲ୍ଲା ଗୁଡିକରେ ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ପାଇଁ ୮ ଜିଲ୍ଲା ଏବଂ ୨୫ ତାରିଖ ପାଇଁ ୭ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ରାଜ୍ୟରେ ୨୭ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରବିବାର ରାଜଧାନୀରେ ପବନ ବହିବା ସହିତ ବିଜୁଳି ଘଡଘଡି ସହ ବର୍ଷା ହୋଇଛି। ବୌଦ୍ଧରେ ସବୁଠୁ ଅଧିକ ୬୪ମି.ମି ବର୍ଷା ରେକର୍ଡ ହୋଇଥିବା ବେଳେ ଭୁବନେଶ୍ବର ୧୫.୨, ଦାରିଙ୍ଗବାଡି ୧୨, ନୂଆପଡାରେ ୧୪.୪ମି.ମି ବର୍ଷା ରେକର୍ଡ ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking