27.1 C
Bhubaneswar
Saturday, September 28, 2024
Homeଓଡିଶାବର୍ଷା : ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ବର୍ଷା : ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨ଦିନ ରାଜ୍ୟରେ ଲଗାଣ ବର୍ଷା ଜାରି ରହିବ । ସେଥିପାଇଁ ପାଗ କୋହଲା ରହିବା ସହିତ ବର୍ଷା ଓ ଘଡଘଡି ହେବାର ସମ୍ଭାବନା ରହିଛି । ଆଜି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବରଗଡ଼, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର,କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି । ପୂର୍ବ ଓ ପଶ୍ଚିମ ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତା ୨୭ ତାରିଖ ପରେ ପାଗର ପରିବର୍ତ୍ତନ ହେବ ବୋଲି ପାଣିପାଗ ପକ୍ଷରୁ ସୂଚନା ଦିଆଯାଇଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ- ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା ଲାଗି ରହିଛି ବୋଲି ସୂଚନା ମିଳିଛି । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking