27.1 C
Bhubaneswar
Saturday, September 28, 2024
Homeଓଡିଶାଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ବର୍ଷା ଜାରି ରହିବ, ଆଜି ୫ ଜିଲ୍ଲାକୁ ୟେଲୋ ଆଲର୍ଟ

ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ବର୍ଷା ଜାରି ରହିବ, ଆଜି ୫ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର : ବରଷୁଛି, ଆହୁରି ବର୍ଷିବ । କେଉଁଠି ତୁହାକୁ ତୁହା ବର୍ଷା ତ କେଉଁଠି ଘଡଘଡି ବିଜୁଳି ସହ ବର୍ଷା ଜାରି ରହିଛି । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଏଭଳି ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମକେନ୍ଦ୍ରୀୟ ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । ଏହା ସହ ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟର ଉପକୂଳ ଅଞ୍ଚଳରେ ବର୍ଷା ଲାଗି ରହିଛି । ଏହା ସହ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଧ୍ୟ ସକ୍ରିୟ ରହିଛି । ଆଜି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼କୁ ୟେଲୋ ଆଲର୍ଟ ଜାରି ହୋଇଛି । ୨୭ ତାରିଖରୁ ବର୍ଷାର ପରିମାଣ କମିଲେ ମଧ୍ୟ ବଜ୍ରପାତ ଜନିତ ବର୍ଷା ଜରି ରହିବ । ବିଶେଷ କରି ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ଘଡଘଡି ବିଜୁଳି ସହ ବର୍ଷା ହେବ । ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking