30.1 C
Bhubaneswar
Thursday, February 12, 2026
Homeଓଡିଶାଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ଟ୍ୱିନ୍ ସିଟି କଟକ ଏବଂ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି ।ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇଛି। ଏବେ ଏହା ଘୂର୍ଣ୍ଣିବଳୟ ଭାବେ ଛତିଶଗଡ଼ ଉପରେ ରହିଛି। ତେବେ ଏହି ଘୂର୍ଣ୍ଣିବଳୟରୁ ଗୋଟିଏ ଟ୍ରଫ୍‌ ଲାଇନ୍‌ ଓଡ଼ିଶା ପର୍ୟ୍ୟନ୍ତ ଲମ୍ବିଥିବାରୁ ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି।
ଗୁରୁବାର ବର୍ଷାର ପ୍ରଭାବ କମିଲେ ମଧ୍ୟ ଅନେକ ସ୍ଥାନରେ ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ବିଶଷ କରି ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking