27.1 C
Bhubaneswar
Friday, September 27, 2024
Homeଓଡିଶାଅକ୍ଟୋବରରୁ ମିଳିବ ଗହମ

ଅକ୍ଟୋବରରୁ ମିଳିବ ଗହମ

ଭୁବନେଶ୍ୱର: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର। ଏଣିକି ରାସନରେ ଚାଉଳ ସହ ମିଳିବ ଗହମ। ଓଡ଼ିଶା ସମେତ ୯ ରାଜ୍ୟରେ ଗହମ ମିଳିବ। ଏନେଇ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ପକ୍ଷରୁ ଚିଠି ଆସିଛି। ଅକ୍ଟୋବର ମାସରୁ ଏହି ନୂଆ ନିୟମ ଲାଗୁ ହେବ। ଅନ୍ୟପଟେ ଓଡ଼ିଶା ସରକାର ରାସନକାର୍ଡ ହିତାଧିକାରୀଙ୍କୁ ରାସନକାର୍ଡରେ ପୂର୍ବଭଳି ମିଳୁଥିବା ଗହମ ପୁଣିଥରେ ଚଉଳ ସହ ମିଳିବ ବୋଲି ନିକଟରେ ସୂଚନା ଦେଇଥିଲେ। ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ ସରକାର କହିଥିଲେ। ବିଜେଡି ସରକାର ଗହମକୁ ବନ୍ଦ କରି କେବଳ ଚାଉଳ ଯୋଗାଉଥିଲେ। ହେଲେ ପୁଣିଥରେ ପୂର୍ବଭଳି ହିତାଧିକାରୀଙ୍କୁ ଚାଉଳ ସହ ଗହମ ଯୋଗାଇ ଦିଆଯିବ ବୋଲି ବିଭାଗୀୟ ମନ୍ତ୍ରୀ ସୂଚନା ଦେଇଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking