27.1 C
Bhubaneswar
Friday, September 27, 2024
Homeଓଡିଶାଗତ ୧୦ ବର୍ଷରେ ଦେଶରେ ୧୨ କୋଟିରୁ ଊର୍ଦ୍ଧ୍ୱ ଶୌଚାଳୟ ନିର୍ମାଣ କରାଯାଇଛି : ସମ୍ବିତ...

ଗତ ୧୦ ବର୍ଷରେ ଦେଶରେ ୧୨ କୋଟିରୁ ଊର୍ଦ୍ଧ୍ୱ ଶୌଚାଳୟ ନିର୍ମାଣ କରାଯାଇଛି : ସମ୍ବିତ ପାତ୍ର

ଭୁବନେଶ୍ୱର: ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆରମ୍ଭ ହୋଇଥିବା ‘ସ୍ୱଚ୍ଛ ଭାରତ ଅଭିଯାନ’କୁ ଇତିମଧ୍ୟରେ ୧୦ବର୍ଷ ପୂର୍ତ୍ତି ହେବାକୁ ଯାଉଥିବା ବେଳେ ଚଳିତବର୍ଷ ଗାନ୍ଧୀ ଜୟନ୍ତୀର ଅବ୍ୟବହିତ ପୂର୍ବରୁ ସମଗ୍ର ଦେଶରେ ପାଳନ ହେଉଛି ‘ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ’ । ଏହିକ୍ରମରେ ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ(ସିବିସି) ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଶୁକ୍ରବାର ‘ସ୍ୱଚ୍ଛତା ହିଁ ସେବା’ ସମ୍ପର୍କିତ ଦୁଇଦିନିଆ କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି । ପୁରୀ ଜିଲ୍ଲା ପିପିଲି ବ୍ଲକ୍ ସମପୁର ପଞ୍ଚାୟତ କଲ୍ୟାଣ ମଣ୍ଡପଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ପୁରୀ ସାଂସଦ ଡାକ୍ତର ସମ୍ବିତ ପାତ୍ର ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି । ସମ୍ମାନିତ ଅତିଥି ଭାବରେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ଯୋଗ ଦେଇଥିଲେ। ଏହି ଅବସରରେ ସ୍ୱଚ୍ଛ ଭାରତ ଅଭିଯାନ ଉପରେ ଆୟୋଜିତ ଏକ ସ୍ୱତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ ଉଦଘାଟିତ ହୋଇଥିଲା । ଉପସ୍ଥିତ ସମସ୍ତ ଅଂଶଗ୍ରହଣକାରୀଙ୍କୁ ସ୍ୱଚ୍ଛତା ଶପଥ ପାଠ ମଧ୍ୟ କରାଯାଇଥିଲା ।

କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ମୁଖ୍ୟ ଅତିଥି ଡା. ପାତ୍ର କହିଥିଲେ, ବିଗତ ୧୦ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ‘ସ୍ୱଚ୍ଛ ଭାରତ ଅଭିଯାନ’ ଦେଶରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିପାରିଛି । ଅଭିଯାନ ଅଧୀନରେ ଦେଶରେ ୧୨ କୋଟି ଶୌଚାଳୟ ନିର୍ମାଣ କରାଯାଇଛି । ପୁରୀ ଭଳି ପ୍ରସିଦ୍ଧ ପର୍ଯ୍ୟଟନ ଏବଂ ଧାର୍ମିକ ଗୁରୁତ୍ୱ ବହନ କରୁଥିବା କ୍ଷେତ୍ରରେ ସ୍ୱଚ୍ଛତା ବଜାୟ ରଖିବା ଉପରେ ସାଂସଦ ଡା. ପାତ୍ର ଗୁରୁତ୍ୱାରୋପ କରିଛନ୍ତି । ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ କହିଛନ୍ତି, ଆଗାମୀ ଦିନରେ ପିପିଲି ବ୍ଲକ୍ ସମେତ ସ୍ଥାନୀୟ ଅଞ୍ଚଳରେ ଏହି କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରାଯିବ । ଏଥିପାଇଁ ସେ ଉପସ୍ଥିତ ଜନସାଧାରଣଙ୍କ ସହଯୋଗ ଲୋଡ଼ିଛନ୍ତି । ଭୁବନେଶ୍ୱର କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ଏବଂ ପତ୍ର ସୂଚନା କାର୍ଯ୍ୟାଳୟ ଅତିରିକ୍ତ ମହାନିର୍ଦ୍ଦେଶକ ଅଖିଳ କୁମାର ମିଶ୍ର କାର୍ଯ୍ୟକ୍ରମର ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟ ସମ୍ପର୍କରେ ମତବ୍ୟକ୍ତ କରିଥିଲେ । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସମପୁର ସରପଞ୍ଚ ଝରଣା ବରାଳ, ବିଶିଷ୍ଟ ସାମାଜିକ କର୍ମୀ ଜ୍ୟୋତିକାନ୍ତ ମହାପାତ୍ର ପ୍ରମୁଖ ଅଭିଭାଷଣ ପ୍ରଦାନ କରିଥିଲେ । ସିବିସି ଭୁବନେଶ୍ୱରର ନିର୍ଦ୍ଦେଶକ ଡକ୍ଟର ଗିରିଶ ଚନ୍ଦ ଦାସ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ କ୍ଷେତ୍ର ପ୍ରଦର୍ଶନୀ ଅଧିକାରୀ ମହେନ୍ଦ୍ର ପ୍ରସାଦ ଜେନା ଧନ୍ୟବାଦ ଅର୍ପଣ କରିଥିଲେ। କ୍ଷେତ୍ର ପ୍ରଚାର ଅଧିକାରୀ ସସ୍ମିତା ପାଇକରାୟ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking