25.1 C
Bhubaneswar
Friday, December 19, 2025
Homeଓଡିଶା୪୮ ଘଣ୍ଟାରେ ବ୍ୟାଙ୍କ ଖାତାକୁ ଯିବ ଧାନ ଟଙ୍କା

୪୮ ଘଣ୍ଟାରେ ବ୍ୟାଙ୍କ ଖାତାକୁ ଯିବ ଧାନ ଟଙ୍କା

ଭୁବନେଶ୍ୱର : ଲୋକସେବା ଭବନର କନଭେନସନ ହଲରେ ଶୁକ୍ରବାର ଆୟୋଜିତ ଜିଲ୍ଲାପାଳ ସମ୍ମିଳନୀରେ ଯୋଗଦେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଜିଲାପାଳ ସମ୍ମିଳନୀକୁ ସମ୍ବୋଧିତ କରି ଚାଷୀମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରାଖି ରାଜ୍ୟ ସରକାର ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରୁଛନ୍ତି ବୋଲି କରିଥିଲେ । ମନ୍ତ୍ରୀ ପାତ୍ର ଆହୁରି ମଧ୍ୟ କହିଲେ ଯେ , ଆସନ୍ତା ଦୁଇ ମାସ ମଧ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ । ଧାନ କିଣା ପ୍ରକ୍ରିୟାରେ କୌଣସି ମଧ୍ୟସ୍ଥି କିମ୍ବା କଟଣି-ଛଟଣୀକୁ ବରଦାସ୍ତ କରାଯିବ ନାହିଁ ବୋଲି ମନ୍ତ୍ରୀ ମଧ୍ୟ ଦୃଢୋକ୍ତି ପ୍ରକାଶ କରିଛନ୍ତି ।ଚାଷୀ ମାନଙ୍କ ଠାରୁ ଏଫଏକ୍ୟୁ ଧାନ କ୍ୱିଣ୍ଟାଲ ପିଛା ୩୧ ଶହ ଟଙ୍କାରେ ସଂଗ୍ରହ କରିବା ସହ ସେମାନଙ୍କ ବ୍ୟାଙ୍କ ଖାତାକୁ ୪୮ ଘଣ୍ଟା ମଧ୍ୟରେ ଡିବିଟି ମାଧ୍ୟମରେ ପ୍ରଦାନ କରିବା ଉପରେ ଗୁରୁତ୍ୱ ଦେଇଥିଲେ । ଏଥିପ୍ରତି ଜିଲ୍ଲାପାଳ ମାନେ ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ସେ ପରାମର୍ଶ ଦେଇଥିଲେ । ନୂତନ ଭାବେ ଆବେଦନ କରିଥିବା ମିଲର ମାନଙ୍କୁ ପ୍ରୋତ୍ସାହିତ କରିବା ସହ ମଣ୍ଡିକୁ ଆସୁଥିବା ପ୍ରତ୍ୟେକ ଚାଷୀ ଯେପରି ସୁଖଦ ଅନୁଭବ ନେଇ ଯିବେ ଏଥିପ୍ରତି ଯତ୍ନବାନ ହେବାକୁ ମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ କହିଥିଲେ । ଆବଶ୍ୟକସ୍ଥଳେ ବଳକା ଧାନକୁ ମୁକ୍ତ ବିକ୍ରୟ ପ୍ରକ୍ରିୟା ମାଧ୍ୟମରେ ବଜାରରେ ବିକ୍ରୟ କରିବା ନେଇ ପାତ୍ର ସୂଚନା ଦେଇଥିଲେ । ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଧାନ ସଂଗ୍ରହ କାର୍ୟ୍ୟକୁ ସରଳ ଓ ତ୍ୱରାନ୍ୱିତ କରିବା ନିମନ୍ତେ ପରାମର୍ଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ସେ କହିଥିଲେ ଯେ, ଯେଉଁ ଜିଲ୍ଲାର ମଣ୍ଡିଗୁଡିକରେ କୌଣସି କାରଣ ବଶତଃ ଧାନ ସଂଗ୍ରହ ହୋଇପାରୁନାହିଁ, ସେହି କ୍ଷେତ୍ରରେ ନିକଟତମ ଜିଲ୍ଲାର ମଣ୍ଡିରେ ଚାଷୀମାନେ ନିଜର ଧାନକୁ ବିକ୍ରି କରିପାରିବେ ।ସଂଗୃହିତ ଧାନର ଅନଲାଇନ ପଞ୍ଜୀକରଣ ହେବ ଆବଶ୍ୟକ । ଧାନ ନେଇ ଯାଉଥିବା ଗାଡି ଗୁଡିକର ଜିପିଏସ ଟ୍ରାକିଂ କରାଯିବ । ଯେପରିକି ଏଥିରେ କୌଣସି ଟାମ୍ପରିଂନ ହେବ । ମିଲରମାନଙ୍କ ତରଫରୁ ଚାଷୀଙ୍କୁ ଝୋଟ ବସ୍ତା ଓ ସୁତୁଲି ଯୋଗାଇଦିଆଯିବ । ଗଚ୍ଛିତ ଫସଲର ସୁରକ୍ଷା ପାଇଁ ୫୮ଟି ଶୀତଳ ଭଣ୍ଡାର ରାଜ୍ୟରେ ଖୁବ ଶୀଘ୍ର ଖୋଲାଯିବ । ରାଜ୍ୟର ଚାଷୀମାନେ କେବଳ ଗୋଟିଏ ଫସଲ ଉପରେ ନିର୍ଭର ନ କରି ଏକାଧିକ ଫସଲ ଜୈବିକ ଉପାୟରେ କରିବା ପାଇଁ ମନ୍ତ୍ରୀ ଶ୍ରୀ ସିଂହଦେଓ ଗୁରୁତ୍ୱ ଦେଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking