21.1 C
Bhubaneswar
Saturday, February 14, 2026
Homeଓଡିଶାନର୍ସିଂ ସଂଘକୁ ବୈଠକକୁ ଡାକିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ନର୍ସିଂ ସଂଘକୁ ବୈଠକକୁ ଡାକିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର : ଆନ୍ଦୋଳନରତ ନର୍ସିଂ ଅଫିସରଙ୍କୁ ବୈଠକକୁ ଡାକିଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡା.ମୁକେଶ ମହେଲିଙ୍ଗ । ରାଜ୍ୟ ଅତିଥି ଭବନରେ ବୈଠକକୁ ଡାକିଲେ ସ୍ୱାସ୍ଥ୍ୟମନ୍ତ୍ରୀ । ଆଜିଠାରୁ ଆହୋରାତ୍ର ଧାରଣା ଦେବାକୁ ଘୋଷଣା କରିଥିଲା ନର୍ସିଂ ସଂଘ । ସୂଚନା ଅନୁଯାୟୀ, ଦ୍ୱିତୀୟ ଦିନରେ ନର୍ସିଂ କର୍ମଚାରୀ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ ଫଳରେ ରୋଗୀ ସେବା ଉପରେ ଏହାର ଗୁରୁତର ପ୍ରଭାବ ପଡିଥିଲା । ଭୁବନେଶ୍ୱରରୁ ବ୍ରହ୍ମପୁର, ରାଉରକେଲାରୁ ସମ୍ବଲପୁର ସବୁଠି ନର୍ସିଂ କର୍ମଚାରୀ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରହିଥିଲା । ସମସ୍ତ ହସ୍ପିଟାଲରେ ଇଞ୍ଜେକ୍ସନ ଦେବାକୁ ଖୋଜିଲେ ବି ନର୍ସ ମିଳୁନାହାନ୍ତି। ରାଜ୍ୟରେ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ । ଫଳରେ ସ୍ୱାସ୍ଥ୍ୟ ସେବା ସମ୍ପୂର୍ଣ୍ଣ ଭାବେ ଭୁଶୁଡ଼ି ପଡ଼ିଛି। ରୋଗୀସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି।ଗତ ବୁଧବାର ଓ ଗୁରୁବାର ଆନ୍ଦୋଳନ କରିଥିଲେ ବି ଜରୁରୀକାଳୀନ ସେବା ଯୋଗାଉଥିଲେ ନର୍ସ । ହେଲେ ସରକାର ଦାବି ନଶୁଣିବାରୁ ଶୁକ୍ରବାରଠୁ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଥିଲେ ନର୍ସ । ବିକ୍ଷୋଭରେ ପ୍ରାୟ ୧୫ ହଜାର ନର୍ସ ସାମିଲ ହୋଇଥିଲେ । ୨୦୧୩ ପୂର୍ବରୁ ନିଯୁକ୍ତି ପାଇଥିବା ନର୍ସିଂ ଅଫିସର ମାନଙ୍କର ୬ ବର୍ଷ ଚୁକ୍ତି ଭିତ୍ତିକ ଅବଧିକୁ ମୂଳ ଚାକିରି ସୀମାରେ ମିଶାଇ ପଦୋନ୍ନତି ସହ ସମସ୍ତ ଆର୍ଥିକ ସହାୟତା ଦାବି କରିଛି ସଂଘ । ଏହାସହ ବରିଷ୍ଠତା ଭିତ୍ତିରେ ପଦୋନ୍ନତି, ସିଏଚଓ ପଦବୀରୁ ଫେରାଇ ଆଣି କ୍ୟାଡ଼ର ପୋଷ୍ଟ, ମେରୁଦଣ୍ଡ ଆଘାତ ଚିକିତ୍ସା କେନ୍ଦ୍ର ନର୍ସିଂ ଅଫିସର ମାନଙ୍କୁ ସ୍ଥାୟୀ, ଠିକା ସଂସ୍ଥା ଦ୍ୱାରା ନର୍ସିଂ ଅଫିସର ନିୟୋଜିତ ହୋଇଥିବା ଆଦେଶ ପ୍ରତିହାର ପରି ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛି ନର୍ସିଂ କର୍ମଚାରୀ ସଂଘ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking