19.1 C
Bhubaneswar
Thursday, February 12, 2026
Homeଓଡିଶାଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ଗୁଇନ୍ଦା ସୂଚନା; ମୁମ୍ବାଇରେ ହାଇଆଲର୍ଟ

ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ଗୁଇନ୍ଦା ସୂଚନା; ମୁମ୍ବାଇରେ ହାଇଆଲର୍ଟ

ମୁମ୍ବାଇ: ଆତଙ୍କବାଦୀ ଆକ୍ରମଣ ନେଇ ଗୁଇନ୍ଦା ସୂଚନା ମିଳିବା ପରେ ମୁମ୍ବାଇ ସହରରେ ହାଇଆଲର୍ଟ ଜାରି କରାଯାଇଛି। ମୁମ୍ବାଇ ପୁଲିସ୍ ସହରର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ତଥା ଜନଗହଳିପୂର୍ଣ୍ଣ ଅଞ୍ଚଳଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିଛି। ବିଶେଷକରି ଧାର୍ମିକ ସ୍ଥଳଗୁଡ଼ିକରେ ଅଧିକ ସଂଖ୍ୟକ ସୁରକ୍ଷା କର୍ମୀଙ୍କୁ ମୁତୟନ କରାଯାଇଛି।

ଆଗକୁ ପାର୍ବଣ ଆସୁଥିବାବେଳେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ସମୟରେ ଆତଙ୍କବାଦୀମାନେ ଆକ୍ରମଣ କରିବାକୁ ଯୋଜନା କରୁଥିବା ଗୁଇନ୍ଦା ବ୍ୟୁରୋ ପକ୍ଷରୁ ସୂଚନା ଦିଆଯାଇଛି। ଏହାପରେ ସହରର ବିଭିନ୍ନ ଜନଗହଳିପୂର୍ଣ୍ଣ ସ୍ଥାନରେ ପୁଲିସ ପକ୍ଷରୁ ମକ୍‌ଡ୍ରିଲ କରାଯାଉଛି। ସମସ୍ତ ଡିସିପି ନିଜ ନିଜ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ଉପରେ କଡ଼ା ନଜର ରଖିଛନ୍ତି। ଚେମ୍ବୁର ଏବଂ ମାତୁଙ୍ଗା ଅଞ୍ଚଳରେ ଥିବା ମନ୍ଦିରଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଥିବା ଜଣେ ବରିଷ୍ଠ ପୁଲିସ ଅଧିକାରୀ ସୂଚନା ଦେଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking